ପୁଲିସ କର୍ମଚାରୀଙ୍କୁ କରୋନା:ସୂଚନା ଦେଲା କମିସନରେଟ୍ ପୁଲିସ

ଭୁବନେଶ୍ୱର:ରାଜ୍ୟରେ ଜଣେ ପୁଲିସ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏ ନେଇ ଭୁବନେଶ୍ୱର-କଟକ ପୁଲିସ କମିସନ୍‌ରେଟ୍‌ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ପ୍ରାପ୍ତ ତଥ୍ୟ ଅନୁସାରେ, ଛୁଟିରେ ଥିବା କମିସନ୍‌ରେଟ୍‌ ପୁଲିସର ଜଣେ କର୍ମଚାରୀ କାର୍ଯ୍ୟରେ ଯୋଗ ଦେବା ପରେ ତାଙ୍କର ନମୁନା ପରୀକ୍ଷା କରାଯାଇଥିଲା ଓ ନମୁନା ପଜିଟିଭ୍‌ ଆସିଥିଲା। କରୋନା ଆକ୍ରାନ୍ତ ହୋଇଥିବା କର୍ମଚାରୀଙ୍କ ବୟସ ୩୬ବର୍ଷ। ତେବେ ତାଙ୍କ ଠାରେ କରୋନାର କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ସେ ପଜିଟିଭ ଚିହ୍ନଟ ହେବାପରେ ତାଙ୍କୁ ତୁରନ୍ତ କୋଭିଡ ହସ୍ପିଟାଲ୍‌କୁ ଚିକିତ୍ସା ଲାଗି ପଠାଯାଇଛି। ତେବେ ସେ ରାଜ୍ୟ ବାହାରୁ ଆସିଥିବା ଶ୍ରମିକଙ୍କ ସଂସ୍ପର୍ଶରେ ଆସିଥିଲେ ବୋଲି ପ୍ରାଥମିକ ଅନୁସନ୍ଧାନରୁ ଜଣାଯାଇଛି। ଏହି କାରଣରୁ ସେ କରୋନା ଆକ୍ରାନ୍ତ ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି। କମିସନ୍‌ରେଟ ପୁଲିସ ଅଧିନରେ ଥିବା ୪ଟି ହସ୍ପିଟାଲ୍‌ରେ ଡାକ୍ତରମାନେ ପୁଲିସ କର୍ମଚାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନିରନ୍ତର ଧ୍ୟାନ ରଖିଛନ୍ତି। ତେଣୁ ଚିନ୍ତାର କୌଣସି ଅବକାଶ ନାହିଁ ବୋଲି କମିସନ୍‌ରେଟ ପୁଲିସ ପକ୍ଷରୁ କୁହାଯାଇଛି।

Share Now:

Kalinga News Beuro

Leave a Reply

Next Post

୧୦୨ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର : ୪୬ ପଶ୍ଚିମବଙ୍ଗ ଫେରନ୍ତା

Tue May 19 , 2020
ଭୁବନେଶ୍ୱରକୁ ଲେଉଟିଲା କରୋନା ଭୁବନେଶ୍ୱର :ରାଜ୍ୟରେ ମଙ୍ଗଳବାର ଚିହ୍ନଟ ୧୦୨ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ସରକାର ପ୍ରଦାନ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, ଏମାନଙ୍କ ଭିତରୁ ୪୬ଜଣ ହେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା। ଏଥିମଧ୍ୟରୁ ଯାଜପୁରର ୩୦, ଭଦ୍ରକର ୧୨, ଅନୁଗୁଳର ୨ ଏବଂ ସମ୍ବଲପୁରର ୨ଜଣ ଅଛନ୍ତି। ଏମାନେ ସମସ୍ତେ ସଙ୍ଗରୋଧରେ ଥିଲେ ବୋଲି ସରକାର ତଥ୍ୟ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial