ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଅଗଷ୍ଟ ଲାଗି କରୋନା କଟକଣା

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୧୩ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଞ୍ଜାମ ଜିଲ୍ଲାରେ ୨୨ଜଣ ଚିହ୍ନଟ ହୋଇଥିବା ବେଳେ, ନୟାଗଡ଼ ଜିଲ୍ଲାରେ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନୁଗୁଳ, ବାଲେଶ୍ୱର, ବରଗଡ଼, କଳାହାଣ୍ଡି ଓ ସମ୍ବଲପୁର, ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରେ ୨ ଓ ଭଦ୍ରକରେ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ କଟକ ଜିଲ୍ଲାରେ ୫ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୫୩ରେ ପହଞ୍ଚିଛି। ତେବେ ୧୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ:ସଂକ୍ରମିତଙ୍କ ମଧ୍ୟରେ ଏମସ୍ କର୍ମଚାରୀ

Thu Jun 4 , 2020
ଭୁବନେଶ୍ୱର: ଗୁରୁବାର ଭୁବନେଶ୍ୱରରୁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ୪ ଜଣ ଚିହ୍ନଟ ହୋଇଥିବ‌ା ସୂଚନା ଦେଇଛି ଭୁବନେଶ୍ୱର ମହ‌ାନଗର ନିଗମ। ବିଏମସି ପକ୍ଷରୁ ଟୁଇଟ୍ କରି କୁହାଯାଇଛି, ଏହି ୪ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ରହିଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତ ଜଣକ ହୋମ କ୍ଵାରେଣ୍ଟିନରେ ଥିଲେ ଏବଂ ସେ ପୂର୍ବରୁ କଳିଙ୍ଗ ବିହାରରେ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial