ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି କଟକ ଜିଲ୍ଲାରେ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରେ ୨୨ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା କୋରାପୁଟରେ ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ପୁରୀ, ଜଗତସିଂହପୁର, ସୁବର୍ଣ୍ଣପୁର, ଅନୁଗୁଳ ଓ ରାୟଗଡା ଜିଲ୍ଲାରେ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ୭ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ବଲାଙ୍ଗୀର, କନ୍ଧମାଳ, ଯାଜପୁର ଓ କଳାହାଣ୍ଡି ଜିଲ୍ଲାରେ ୩ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଭଦ୍ରକ ଓ ବରଗଡ଼ ଜିଲ୍ଲାରେ ୪ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରେ ୨ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୧୭ରେ ପହଞ୍ଚିଛି। ତେବେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଅପରପକ୍ଷରେ ୮ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ଭୁବନେଶ୍ୱରରେ ପୁଣି ୧୩ କରୋନା ପଜିଟିଭ୍‌ ଚିହ୍ନଟ:ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ରେ ପହଞ୍ଚିଲା

Fri Jun 5 , 2020
ଭୁବନେଶ୍ୱର:ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭ଜଣ ସଙ୍ଗରୋଧରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ସବୁ ମାମଲା ସାମ୍ନାକୁ ଆସିଥିବ‌ା ଜଣାପଡ଼ିଛି। ୬ଟି ସ୍ଥାନୀୟ ସଂକ୍ରମଣ ରାଜଧାନୀର ବିଭିନ୍ନ ସ୍ଥାନରୁ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରର ୟୁନିଟ-୪ ଅଞ୍ଚଳରୁ ୨ଟି ସ୍ଥାନୀୟ ମାମଲା ଚିହ୍ନଟ ହୋଇଥିବା […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial