ପୁଣି ୧୭୩ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଲା

ଅଗଷ୍ଟ ଲାଗି କରୋନା କଟକଣା

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ନଟ ହୋଇ ନଥିଲେ। ଏହା ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଖୋର୍ଦ୍ଧା ଜିଲ୍ଲାରେ ୯ଜଣ ଚିହ୍ନଟ ହୋଇଥିବା ବେଳେ, ନୟାଗଡ଼ରେ ୭, ମୟୂରଭଞ୍ଜ ଓ କଟକ ଜିଲ୍ଲାରୁ ୧୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଝାରସୁଗୁଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୧୯ ଜଣ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡିରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ ଚିହ୍ନଟ ହୋଇଥିବା ବେଳେ, ଭଦ୍ରକରୁ ୪ ଓ ଗଜପତି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୬୭ରେ ପହଞ୍ଚିଛି। ତେବେ ୧୬୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୮ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ସାଲିଆସାହିରେ ମହିଳା ପଜିଟିଭ୍‌: ସଙ୍ଗ‌ରୋଧରେ ୨୫ ପରିବାର

Sat Jun 6 , 2020
ଚିନ୍ତା ବଢ଼ାଇଲା ସଲିଆସାହି,ମୁମ୍ବାଇ ସ୍ଥିତି ହେବନି ତ? ଭୁବନେଶ୍ୱର: ସାଲିଆସାହି ବସ୍ତିକୁ ନେଇ ଏବେ ଚିନ୍ତା ବଢ଼ିବାରେ ଲାଗିଛି। ଗତକାଲି ଏଠାରେ ଚିହ୍ନଟ ହୋଇଥିବା ମହିଳାଜଣଙ୍କ କେତେ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି, ତାହାକୁ ଠିକ୍‌ ଭାବେ ଆକଳନ କରାଯାଇପାରୁ ନାହିଁ। କାରଣ ଏହି ମହିଳାଙ୍କ ପରିବାରଲୋକେ ଘର ନିକଟରେ ଚାଉଳି(ହାଣ୍ଡିଆ ଜାତୀୟ ପାନୀୟ) ବିକ୍ରି କରୁଥିଲେ। ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ସେଠାରେ ଲୋକଙ୍କ ଭିଡ଼ ଲାଗି ରହୁଥିଲା। ସହରର […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial