ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଜଗତସିଂହପୁର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧୮, କୋରାପୁଟ ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୭, କେନ୍ଦୁଝର, ଗଞ୍ଜାମ, ପୁରୀ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଛଡ଼ା ନୟାଗଡ଼ ଜିଲ୍ଲାରୁ ୪, କଟକ ଜିଲ୍ଲାରୁ ୫ , ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବଲାଙ୍ଗୀର ଜିଲ୍ଲାରୁ ୫, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ ଏବଂ ସୋନପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୨୯ରେ ପହଞ୍ଚିଛି। ତେବେ ୧୭୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ଭୁବନେଶ୍ୱରରେ ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ:ଉଭୟେ ପଟିଆ ଅଞ୍ଚଳର

Sun Jun 7 , 2020
ଭୁବନେଶ୍ୱର:ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଦୁହେଁ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷିୟ ପୁରୁଷ ଓ ୮ ବର୍ଷୀୟ ଝିଅ ବୋଲି ଜଣାଯାଇଛି। ଉଭୟେ ଗୋଟିଏ ପରିବାରର ବୋଲି ବି ଜଣାଯାଇଛି। ଉଭୟଙ୍କର ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ ହିଷ୍ଟ୍ରି ରହିଛି ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏବେ ଭୁବନେଶ୍ୱର ମହାନଗର ନିଗମରେ ମୋଟ୍ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial