ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ: ଆଜି ୬ ସଂକ୍ରମିତଙ୍କର ମୃତ୍ୟୁ

ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭ରେ ପହଞ୍ଚିଲା

ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭ରେ ପହଞ୍ଚିଛି। ଉପରୋକ୍ତ ୬ମୃତକଙ୍କ ମଧ୍ୟରୁ ୫ ଗଞ୍ଜାମ ଜିଲ୍ଲାର ଓ ଗଜପତିରୁ ଜଣେ ଆକ୍ରାନ୍ତ ଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅଧିକ ତଥ୍ୟ ପ୍ରଦାନ କରାଯାଇଛି। ଏମାନଙ୍କ ଭିତରେ ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଅଛନ୍ତି, ଯିଏ ମଧ୍ୟ ମଧୁମେହରେ ପୀଡ଼ିତ ଥିଲେ। ଅନ୍ୟଜଣେ ମୃତକ ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡ଼ିତ ଥିଲେ। ଏହାଛଡ଼ା ଗଞ୍ଜାମ ଜିଲ୍ଲାର ଜଣେ ୫୨, ୫୪ ବର୍ଷ ବୟସ୍କ ଓ ୪୦ ବର୍ଷ ବୟସ୍କ ୩ଜଣ ପୁରୁଷ ଥିବା ଜଣାଯାଇଛି। ୫୨ବର୍ଷ ବୟସ୍କ ପୁରୁଷ ମଧ୍ୟ ମଧ୍ୟ ରକ୍ତଚାପ ଓ ମଧୁମେହରେ ପୀଡ଼ିତ ଥିଲେ। ଅନ୍ୟ ମୃତକ ଜଣକ ଗଜପତି ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା, ଯିଏ ମଧୁମେହରେ ମଧ୍ୟ ପୀଡ଼ିତ ଥିଲେ। ଏବେ ଗଞ୍ଜାମ ଜିଲ୍ଲାର ମୃତକଙ୍କ ସଂଖ୍ୟା ସର୍ବାଧିକ ୫୯ରେ ପହଞ୍ଚିଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୧୨,୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫୩୩ ରହିଛି।

Share Now:

Kalinga News Beuro

Next Post

ପରଲୋକରେ ବିଜୟ : ଏକ ଯୁଗର ଅବସାନ

Mon Jul 20 , 2020
ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ,ଓଡିଶା ପାଇଁ ଅପୂରଣୀୟ କ୍ଷତି ଭୁବନେଶ୍ୱର : ଗତ କିଛି ମାସ ଧରି ଅସୁସ୍ଥ ଥିବା ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ତାଙ୍କର ପରଲୋକ ସହ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ଘଟିଛି। ଓଡ଼ିଆ ଚଳଚ୍ଚିତ୍ରକୁ ପ୍ରତିଷ୍ଠିତ କରିବାରେ ତାଙ୍କ ଉଲ୍ଲେଖନୀୟ ଅବଦାନ ଥିଲା । ଆଜି ସଂଧ୍ୟାରେ […]
ପରଲୋକରେ ବିଜୟ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial