କରୋନା କବଳରେ ଅମିତ ଶାହା : ଡାକ୍ତରଖାନାରେ ଭର୍ତ୍ତି

Amit Saha Corona Positive

ରାମ ମନ୍ଦିର ଭୂମିପୂଜନ ଉତ୍ସବରେ ଯୋଗ ଦେଇପାରିବେନି ଶାହା

ନୂଆଦିଲ୍ଲୀ : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି। ଟ୍ଵିଟରରେ ସେ ଲେଖିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ। ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି। ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଗତ କିଛି ଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି। ଏହା ପୂର୍ବରୁ ଆଜି ରାମଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ର ମହାସଚିବ ଚମ୍ପକ ରାୟ କହିଥିଲେ ଯେ ଅମିତ ଶାହା ଆସନ୍ତା ୫ ତାରିଖରେ ହେବାକୁ ଥିବା ରାମ ମନ୍ଦିର ଭୂମିପୂଜନ ଉତ୍ସବରେ ଯୋଗ ଦେବେ ନାହିଁ। ସେ ପରବର୍ତ୍ତି ସମୟରେ ଅଯୋଧ୍ୟା ଗସ୍ତରେ ଆସିବେ। ଏହାକୁ ନେଇ ବିଭିନ୍ନ ମହଲରେ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା । ଏବେ ଶାହା କରୋନା ସଂକ୍ରମିତ ଜଣାପଡ଼ିବା ପରେ ସ୍ଥିତି ସ୍ପଷ୍ଟ ହୋଇଛି। ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଭୂମିପୂଜନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Share Now:

Kalinga News Beuro

Next Post

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା: ୟେଲୋ ଓ୍ଵାର୍ଣ୍ଣିଂ ଜାରି

Mon Aug 3 , 2020
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି […]
ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial