ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ

ଶପଥ ପାଠ କରାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ: ଦେଶର ନୂଆ ସିଏଜି(ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ) ଭାବେ ଗତକାଲି ଶପଥ ନେଇଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ। ରାଷ୍ଟ୍ରପତି ଭବନରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗିରୀଶଙ୍କୁ ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରମୁଖ ଉପସ୍ଥିତ ଥିଲେ। ଜମ୍ମୁ ଓ କଶ୍ମୀରର ପୂର୍ବତନ ଉପ-ରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ ଦେଶର କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ନିଯୁକ୍ତ ହୋଇଛନ୍ତି। ସେ ରାଜୀବ ମହର୍ଷିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୮୫ ବ୍ୟାଚ ଆଇଏଏସ ଅଫିସର ଶ୍ରୀ ମୁର୍ମୁ ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ପଦରୁ ୫ ତାରିଖରେ ଇସ୍ତଫା ଦେଇଥିଲେ। ତାଙ୍କ ସ୍ଥାନରେ ମନୋଜ ସିହ୍ନାଙ୍କୁ ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ନିଯୁକ୍ତ କରାଯାଇଥିଲା। ସେ ଗତ ବର୍ଷ ପ୍ରଥମ ଥର ପାଇଁ ନବଗଠିତ ଜମ୍ମୁ ଓ କଶ୍ମୀର କେନ୍ଦ୍ର ଶାସିତ ଅଞ୍ଚଳର ପ୍ରଥମ ଉପରାଜ୍ୟପାଳ ନିଯୁକ୍ତ ହୋଇଥିଲେ। ଶ୍ରୀ ମୁର୍ମୁ ଓଡ଼ିଶାର ମୟୂରଭଞ୍ଜ ମାଟିର ସନ୍ତାନ ଏବଂ ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ ପଦପଦବିରେ ଅବସ୍ଥାପିତ ହୋଇ ସଫଳତାର ସହ କାର୍ଯ୍ୟ ତୁଲାଇଛନ୍ତି।

Share Now:

Kalinga News Beuro

Next Post

ଜଳାଶୟରେ ପାଇପ ଲାଇନ ବିଛାକୁ ବିରୋଧ: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡିଲେ ସରପଞ୍ଚ

Sat Aug 8 , 2020
ଆଳି: ଇଣ୍ଡିଆନ ଅଏଲ କର୍ପୋରେସନ ପକ୍ଷରୁ ପାରାଦ୍ବୀପ-ସୋମନାଥପୁର-ହଳଦିଆ ପାଇପଲାଇନ ପ୍ରକଳ୍ପ କାମ ଚାଲୁ ରହିଛି। ଏହି ପ୍ରକଳ୍ପରେ ବିଛା ଯାଉଥିବା ପାଇପ ଲାଇନ ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ସିଙ୍ଗିରୀ ପଞ୍ଚାୟତର ଚାଷୀମାନେ ଘୋର କ୍ଷତିଗ୍ରସ୍ତ ହେବେ ବୋଲି ସିଙ୍ଗିରୀ ସରପଞ୍ଚ ପୁଷ୍ପଲତା ଦାସ ଜିଲ୍ଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ସରପଞ୍ଚ ତାଙ୍କର ଲିଖିତ ଅଭିଯୋଗରେ ଜଣାଇଛନ୍ତି ଯେ,ପଞ୍ଚାୟତ ଅଧିନସ୍ଥ ମହାସାହାଣୀ ଗ୍ରାମର ଠାକୁର ମା’ ପୋଖରୀ […]
ଜଳାଶୟରେ ପାଇପ ଲାଇନ ବିଛାକୁ ବିରୋଧ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial