ଦେଶର ଶ୍ରେଷ୍ଠ ସାଂସଦ ହେଲେ ଅପରାଜିତା ଷଡ଼ଙ୍ଗୀ

ଶ୍ରେଷ୍ଠ ସାଂସଦ ହେଲେ ଅପରାଜିତା ଷଡ଼ଙ୍ଗୀ

ନୂଆଦିଲ୍ଲୀ: ଭୁବନେଶ୍ୱରର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ ଏସିଆ ପୋଷ୍ଟ ଏବଂ ଫେମ୍ ଇଣ୍ଡିଆ ପକ୍ଷରୁ କରାଯାଇଥିବା ସର୍ବଭାରତୀୟ ସ୍ତରର ମିଳିତ ସର୍ଭେରେ ସର୍ବଶ୍ରେଷ୍ଠ ସାଂସଦ ଭାବେ ବିବେଚିତ ହୋଇଛନ୍ତି। ୨୦୨୦ ବର୍ଷ ଲାଗି ଏହି ଦୁଇ ସଂସ୍ଥା ଦ୍ବାରା ଅପରାଜିତା ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି। ଆଜି ଏ ବିଷୟରେ ଦୁଇ ଅନୁଷ୍ଠାନ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ରାଜ୍ୟବ୍ୟାପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଶ୍ରେଷ୍ଠ ସାଂସଦ ମନୋନୀତ ହେବା ପରେ ଟୁଇଟ୍ କରି ନିଜ ପ୍ରତିକ୍ରିୟାରେ ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି,‘ଏସିଆ ପୋଷ୍ଟ ଏବଂ ଫେମ୍ ଇଣ୍ଡିଆର ଫଳାଫଳ ଜାଣି ମୁଁ ଆନନ୍ଦିତ। ଲୋକଙ୍କ ପାଇଁ ଗତ ବର୍ଷ କରିଥିବା କାମର ଏହା ପୁରସ୍କାର, ଯାହାକି ମୋତେ ଅନେକ କିଛି ଶିଖାଇବ। ଏଥିପାଇଁ ମୁଁ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି।’

Share Now:

Kalinga News Beuro

Next Post

ଜାନୁଆରୀ ୧୨ରୁ ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍

Sat Jan 2 , 2021
ଝାରସୁଗୁଡ଼ା: ଆସନ୍ତା ଜାନୁଆରୀ ୧୨ରୁ ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ସ୍ପାଇସ୍‌ଜେଟ୍ ବିମାନ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ। ଏନେଇ ବେସାମରିକ ବିମାନ ଚଳାଚଳ ଯୁଗ୍ମ ସଚିବ ଉଷା ପାଢୀ ସୂଚନା ଦେଇଛନ୍ତି। ଆସନ୍ତା ଜାନୁଆରୀ ୧୨ରୁ ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ବିମାନ ଉଡ଼ାଣ ନେଇ ଟ୍ୱିଟ୍‌ ସ୍ପାଇସ୍‌ଜେଟ୍‌କୁ ଧନ୍ୟବାଦ ଜଣାଇଛନ୍ତି ଉଷା ପାଢୀ। ବିମାନ […]
ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial