ଭିଜିଲାନସ ଜାଲରେ ଏନ୍ଆ‌ରଏଚ୍ଏ‌ମର ଡିପିଏମ୍

ଭିଜିଲାନସ ଜାଲରେ ଏନ୍ଆ‌ରଏଚ୍ଏ‌ମର ଡିପିଏମ୍‌

ମାଲକାନଗିରି: ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗ ତରଫରୁ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍ଓ‌) କାର୍ଯ୍ୟାଳୟରେ ଚଢାଉ କରାଯାଇଛି। ଚଢ଼ାଉ ସମୟରେ ଏନଆରଏଚଏମର ଡିପିଏମ ସୁଦୀପ କେଶ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି। ଘଟଣା ଅନୁଯାୟୀ ଏନଆରଏଚଏମର କନିଷ୍ଠ ଯନ୍ତ୍ରୀ ନବଘନ ଖିଲ କୌଣସି ଏକ କାମର ବିଲ କରିବା ପାଇଁ ଡିପିଏମଙ୍କ ନିକଟକୁ ଯାଇଥିଲେ। ତେବେ ଡିପିଏମ ସୁଦୀପ କେଶ ବିଲ ପାସ କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ନବଘନ ଖିଲ ଏନେଇ ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗ ନିକଟରେ ହାଜର ହୋଇ କେଶ ଦାୟର କରିବା ପରେ ଆଜି ଦୁର୍ନୀତି ନିବାରଣ ବିଭାଗର ଡିଏସପି ସୁଶାନ୍ତ କୁମାର ବିଶ୍ବାଳଙ୍କ ନେତୃତ୍ବରେ ଏକ ଟିମ ସଂଧ୍ୟାରେ ଡିପିଏମଙ୍କ କାର୍ଯ୍ୟାଳୟରେ ଚଢାଉ କରିଥିଲା।

ଡିପିଏମ ସୁଦୀପ କନିଷ୍ଠ ଯନ୍ତ୍ରୀ ନବଘନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନସ ହାତରେ ଧରାପଡିଥିଲେ। ଡିପିଏମ ସୁଦିପଙ୍କୁ ଗିରଫ କରାଯିବା ସହ ପଚରାଉଚରା କରାଯାଉଛି। ବର୍ତ୍ତମାନ ତଦନ୍ତ ଚାଲିଥିବାରୁ ସବିଶେଷ ବିବରଣୀ ମିଳିପାରି ନାହିଁ। ତଦନ୍ତ ପରେ ହିଁ ଡିପିଏମଙ୍କର କେତେ ସଂପତ୍ତି ରହିଛି ଜଣାପଡିବ ବୋଲି ଭିଜିଲାନସ ବିଭାଗ ପକ୍ଷରୁ କୁହାଯାଇଛି।

Share Now:

Kalinga News Beuro

Next Post

ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ

Fri Jan 8 , 2021
ଭୁବନେଶ୍ବର : କୋଭିଡ୍‌ କଟକଣା ମଧ୍ୟରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବ। କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ‌ଯିବେ। ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଜାନୁଆରି ୮ରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବାକୁ ଥିବା ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଜାନୁଆରି ୮ରୁ […]
ଆଜିଠୁ ରାଜ୍ୟରେ ଖୋଲିବ ସ୍କୁଲ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial