ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ। ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ବସିବାକୁ ଥିବା ଏହି ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ବଜେଟକୁ ମୋହର ମିଳିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ କ୍ଷେତ୍ର ଲାଗି ୨୫ଟି ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି। ସୂଚନା ଥାଉ କି, ଆସନ୍ତା ୧୮ରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ। ଅଧିବେଶନର ପ୍ରଥମ ଦିନରେ ଗୁରୁବାର ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ରହିବ। ଏହାସହ ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆସିବ। ପରଦିନ ୧୯ ଓ ୨୦ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା କରାଯିବ। ଫେବୃଆରୀ ୨୧ରେ ଗୃହକାର୍ଯ୍ୟ ବନ୍ଦ ରହିବ। ତେବେ ୨୨ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ କରାଯିବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୧-୨୨ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ ବଜେଟ୍ ଅଧିବେଶନ।
ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ
Share Now: