ଓଡ଼ିଶାରେ ୨୪ ଘଣ୍ଟାରେ ପୁଣି ୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୯ ଜଣ କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୩୩୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୨୩ ଜଣ। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୯ ଜଣ, ବରଗଡ଼ରରୁ ୬ ଜଣ, ବୌଦ୍ଧରୁ ଜଣେ, କଟକରୁ ୪ ଜଣ, ‌ଦେବଗଡ଼ରୁ ୪ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୯ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Share Now:

Kalinga News Beuro

Next Post

ବିଏମସି କମିସନର ନେଲେ କରୋନା ଟିକା

Thu Feb 25 , 2021
ଭୁବନେଶ୍ବର: ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ କ୍ୟାପିଟାଲ ହସ୍ପିଟାଲରେ କରୋନା ଟିକା ଗ୍ରହଣ କରିଛନ୍ତି। ଟିକା ନେବା ପରେ କୌଣସି ପାର୍ଶ୍ବ ପ୍ରତିକ୍ରିୟା ଦେଖା ଯାଉଛି କି ନାହିଁ, ତାହା ଜାଣିବା ପାଇଁ ହସ୍ପିଟାଲରେ ଅଧଘଣ୍ଟା ଅବଜରଭେସନରେ ରହିଛନ୍ତି। ଏହା ପୂର୍ବରୁ ଅନ୍ୟ ପ୍ରଶାସନିକ ଅଧିକାରୀ ମଧ୍ୟ ଟିକା ଗ୍ରହଣ କରିଥିଲେ। ସେପଟେ, ପହିଲାରୁ ବୟସ୍କ ଓ ଅନ୍ୟାନ୍ୟ ଜଟିଳ ଶାରୀରିକ ସମସ୍ୟା ଥିବା ଲୋକଙ୍କୁ ଟିକା ଦେବାକୁ କେନ୍ଦ୍ର […]
ବିଏମସି କମିସନର ନେଲେ କରୋନା ଟିକା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial