ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୪ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩୩ ଲକ୍ଷ ୫୪ ହଜାର ୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୭୭ ଜଣ ଆକ୍ରାନ୍ତ। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ଜଣେ, ବରଗଡ଼ରୁ ୪ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୪ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ୭ ଜଣ, ମୟୂରଭଞ୍ଜରୁ ୮ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Share Now:

Kalinga News Beuro

Next Post

ରାଜ୍ୟରେ ବନ୍ଦ ହେଲା ବିଜୁ ଯୁବବାହିନୀ

Fri Mar 12 , 2021
ବିଧାନସଭାରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସୂଚନା ଭୁବନେଶ୍ୱର: ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ରେ ରାଜ୍ୟ ବଜେଟରେ ବିଜୁ ଯୁବବାହିନୀ ପାଇଁ ଅର୍ଥବ୍ୟବସ୍ଥା ନାହିଁ, ତେଣୁ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ ଓ ରାଜ୍ୟର କୌଣସି ଅଞ୍ଚଳରେ ଲୋକଙ୍କ ସ୍ବାର୍ଥପାଇଁ କୌଣସି କାର୍ଯ୍ୟକ୍ରମ ବିଜୁ ଯୁବବାହିନୀ ଦ୍ବାରା ବର୍ତ୍ତମାନ କରାଯାଉନାହିଁ । ଚଳିତ ଆର୍ଥିକ ବର୍ଷରେ ବିଜୁ ଯୁବ ବାହିନୀ ପାଇଁ ବଜେଟରେ କୌଣସି ଅର୍ଥ ବ୍ୟବସ୍ଥା ନାହିଁ, […]
ବନ୍ଦ ହେଲା ବିଜୁ ଯୁବବାହିନୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial