ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କ ହତ୍ୟା ମାମଲା: ୧୩ ବର୍ଷ ପରେ ପଞ୍ଚମ ଅଭିଯୁକ୍ତ ଗିରଫ

ବିକ୍ରମ ଆଦିତ୍ୟ ଜେନା

ଭୁବନେଶ୍ବର: କମିସନରେଟ୍ ପୁଲିସକୁ ବଡ଼ ସଫଳତା। ୨୦୦୮ ମସିହା ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତି ହତ୍ୟା ଘଟଣାରେ ପୁଲିସ ୧୩ ବର୍ଷ ପରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି। କମିସନରେଟ୍ ପୁଲିସର ସ୍ପେସାଲ ସ୍କ୍ୱାଡ ଦୀର୍ଘ ୧୩ ବର୍ଷ ତଳର ଏହି ଘଟଣାରେ ବିକ୍ରମ ଆଦିତ୍ୟ ଜେନା ନାମକ ଅପରାଧୀକୁ ଗିରଫ କରିଛି ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ତାଙ୍କର ସୂଚନା ଅନୁସାରେ, ୧୩ ବର୍ଷ ତଳର ଏହି ହତ୍ୟା ପଛରେ ପ୍ରତିଶୋଧ ହିଁ ମୁଖ୍ୟ କାରଣ ଥିଲା। ଗିରଫ ହୋଇଥିବା ଅପରାଧୀ ଜଣକ ନିଜ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କୁ ହତ୍ୟା କରିଥିଲା। ଏଥିପାଇଁ ସେ ସୁଚିନ୍ତିତ ଯୋଜନା ପ୍ରସ୍ତୁତ କରିବା ସହିତ ଅନ୍ୟମାନଙ୍କ ସହ ମିଶି ତାଙ୍କୁ ହତ୍ୟା କରିଥିଲା ଏବଂ ହତ୍ୟା କରିବା ପରେ ସୁମନ୍ତଙ୍କୁ ତାଙ୍କ ଗାଡ଼ି ଭିତରେ ହିଁ ରଖି ଦେଇଥିଲା। ପୁଲିସ ଏହି ହତ୍ୟାକାଣ୍ଡରେ ୪ ଜଣଙ୍କୁ ଗିରଫ କରିଥିଲା। ହେଲେ ପଞ୍ଚମ ଅଭିଯୁକ୍ତ ବିକ୍ରମ ଆଦିତ୍ୟ ଜେନା ଏହି ହତ୍ୟା କରିବା ପରେ ଫେରାର୍ ହୋଇଯିବା ସହିତ ପୁଲିସ ହାତରୁ ଖସି ଯାଇଥିଲା। ଗତ ୧୩ ବର୍ଷ ହେଲା ସେ ପୁନେରେ ରହିବା ସହିତ ଜଣେ ଜିମ୍ ଟ୍ରେନର ଭାବେ କାମ କରୁଥିଲା। ମଝିରେ ମଝିରେ ସେ ନିଜ ଘର ସହିତ ମଧ୍ୟ ସଂପର୍କରେ ରହୁଥିଲା। ପୁଲିସ ଏହାପରେ ଛାନଭିନ୍ କରି ତାକୁ ଗିରଫ କରିଛି ବୋଲି କହିଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ।

Share Now:

Kalinga News Beuro

Next Post

ଇଂଲଣ୍ଡକୁ ୭ ଓ୍ବିକେଟରେ ହରାଇଲା ଭାରତ

Sun Mar 14 , 2021
ଅହମଦାବାଦ: ସ୍ଥାନୀୟ ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଖେଳାଯାଇଥିବା ଭାରତ-ଇଂଲଣ୍ଡ ୨ୟ ଟି-୨୦ରେ ଭାରତ ଇଂଲଣ୍ଡକୁ ୭ ଓ୍ବିକେଟରେ ପରାସ୍ତ କରିଛି। ଏହା ସହିତ ସିରିଜ ୧-୧ରେ ପହଞ୍ଚିଛି। ଏହି ମ୍ୟାଚର ମୁଖ୍ୟ ଆକର୍ଷଣ ଥିଲା ନିଜର ପ୍ରଥମ ଅନ୍ତର୍ଜାତୀୟ ଟି-୨୦ ଖେଳିଥିବା ଇଶାନ କିଷନଙ୍କ ଲଢୁଆ ଅର୍ଦ୍ଧଶତକ। ସେ ୫୬ ରନ (୩୨ ବଲ, ୫ ଚୌକା, ୪ ଛକା) କରି ଆଦିଲ ରସିଦଙ୍କ ଦ୍ବାରା ଏଲବିଡବ୍ଲୁ ଆଉଟ୍ ହୋଇଥିଲେ। […]
ଇଂଲଣ୍ଡକୁ ୭ ଓ୍ବିକେଟରେ ହରାଇଲା ଭାରତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial