ରାଜ୍ୟରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ବନ୍ଦ ହେବନି ସ୍କୁଲ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ନବମ ଓ ଏକାଦଶ ଶ୍ରେଣୀ ପାଇଁ ବନ୍ଦ ହେବନି ସ୍କୁଲ

ଭୁବନେଶ୍ବର: ରାଜ୍ୟରେ ବନ୍ଦ ହେବନି ସରକାରୀ ସ୍କୁଲ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, କୋଭିଡ୍ ପାଇଁ ରାଜ୍ୟରେ ଏବେ ନବମ ଏବଂ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ ହେବ ନାହିଁ। ଏବେ ରାଜ୍ୟର କେବଳ କିଛି ବେସରକାରୀ ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସରକାରୀ ଶିକ୍ଷାନୁଷ୍ଠାନରେ କିନ୍ତୁ ଏସଓପିକୁ ପାଳନ କରାଯାଇ କ୍ଲାସ ହେଉଛି। ସରକାରୀ ଶିକ୍ଷାନୁଷ୍ଠାନରୁ ଏଯାବତ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେଣୁ ସରକାରୀ ସ୍କୁଲକୁ ବନ୍ଦ କରିବାକୁ ଏଯାଏଁ କୌଣସି ନିଷ୍ପତ୍ତି ହୋଇନି ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ରାଜ୍ୟର କିଛି ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାପରେ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବାକୁ ସରକାରୀ ଯୋଜନା ପ୍ରସ୍ତୁତ କରୁଥିବା ଚର୍ଚ୍ଚା ହେଉଥିଲା। ହେଲେ ଗଣଶିକ୍ଷା ମନ୍ତ୍ରୀ କିନ୍ତୁ ସେଭଳି କୌଣସି ନିଷ୍ପତ୍ତି ନିଆଯାଇନଥିବା କହିଛନ୍ତି। ଏଥିସହିତ ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବା ସହିତ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ବୋଲି ଗଣଶିକ୍ଷାମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Share Now:

Kalinga News Beuro

Next Post

ମଦ ଦୋକାନ ଲଟେରି ପ୍ରସଙ୍ଗ : ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା

Mon Mar 29 , 2021
ରାୟ ଆସିବା ପରେ ଦାବି କରିପାରିବେନି ଲଟେରି ବିଜେତା ଭୁବନେଶ୍ୱର : ରାଜ୍ୟରେ ମଦ ବ୍ୟବସାୟକୁ ବ୍ୟବସ୍ଥିତ କରିବା ଉଦ୍ଦେଶ୍ୟରେ ହୋଇଥିବା ଲଟେରି ବ୍ୟବସ୍ଥାକୁ ଝଟ୍‌କା ଲାଗିଛି। ସରକାର ଲଟେରି ବ୍ୟବସ୍ଥାରେ ନୂଆ ବ୍ୟବସାୟୀଙ୍କୁ ଚିହ୍ନଟ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ପରେ ମଦ ବ୍ୟବସାୟୀ ସଂଘ ସୁପ୍ରିମକୋର୍ଟ ଯାଇଥିଲା। ଆବେଦନର ବିଚାର କରି ସୁପ୍ରିମକୋର୍ଟ ଆଦେଶ ଦେଇଛନ୍ତି କି ଏହି ଆବେଦନର ରାୟ ଆବେଦନକାରୀଙ୍କ ସପକ୍ଷରେ ଗଲେ […]
ମଦ ଦୋକାନ ଲଟେରି ପ୍ରସଙ୍ଗ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial