ଦେଶରେ କରୋନା ସ୍ଥିତି ସାଂଘାତିକକ ଆଡ଼କୁ ଗତି କରୁଛି-ସ୍ବାସ୍ଥ୍ୟ ମନ୍ତ୍ରାଳୟ

ଦେଶରେ କରୋନା ସ୍ଥିତି ସାଂଘାତିକ ଆଡ଼କୁ ଯାଉଛି

ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ଦିନକୁ ଦିନ ସାଙ୍ଘାତିକ ଆଡ଼କୁ ଗତି କରୁଛି । ଖୋଦ କେନ୍ଦ୍ର ସରକାର ଏହା ସ୍ବୀକାର କରିଛନ୍ତି। ନିତି ଆୟୋଗର ସଦସ୍ୟ ତଥା ସରକାରଙ୍କ କୋଭିଡ ଟାସ୍କଫୋର୍ସ ମୁଖ୍ୟ ଡାକ୍ତର ଭି.କେ. ପଲ କହିଛନ୍ତି ଯେ ଦେଶର କେତେକ ଜିଲ୍ଲାରେ ଆମେ ଅତି ଗୁରୁତର ସ୍ଥିତିର ସାମନା କରୁଛୁ। କିନ୍ତୁ ସମଗ୍ର ଦେଶ ପାଇଁ ବିପଦର ଆଶଙ୍କା ବଢିଯାଇଛି। ଭୁତାଣୁକୁ ନିୟନ୍ତ୍ରଣ କରିବାକୁ ଓ ଜୀବନ ବଞ୍ଚାଇବାକୁ ଆମକୁ ସବୁ ପ୍ରକାରର ଉଦ୍ୟମ କରିବାକୁ ହେବ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦେଶର ୧୦ଟି ସର୍ବାଧିକ କରୋନା ପ୍ରଭାବିତ ଜିଲ୍ଲାର ତାଲିକା ପ୍ରକାଶ କରାଯାଇଛି। ଏସବୁ ଜିଲ୍ଲା ହେଲେ ପୁଣେ, ମୁମ୍ବାଇ, ନାଗପୁର, ଥାଣେ, ନାସିକ, ଔରଙ୍ଗାବାଦ, ବେଙ୍ଗାଲୁରୁ ଅର୍ବାନ, ନାଣ୍ଡେଡ୍, ଦିଲ୍ଲୀ ଓ ଅହମଦନଗର। ଏସବୁ ଜିଲ୍ଲାଗୁଡ଼ିକରେ ପରୀକ୍ଷା ହାର ବୃଦ୍ଧି କରି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ସଂପୃକ୍ତ ରାଜ୍ୟ ସରକାରମାନଙ୍କୁ କୁହାଯାଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୁଷଣ କହିଛନ୍ତି। ସେ କହିଛନ୍ତି ଯେ ଦେଶରେ ସାପ୍ତାହିକ ପଜିଟିଭିଟି ହାର ୫.୬୫ ପ୍ରତିଶତ ଥିବାବେଳେ ଦେଶର ସର୍ବାଧିକ ପ୍ରଭାବିତ ରାଜ୍ୟ ମହାରାଷ୍ଟ୍ରରେ ତାହା ୨୩ ପ୍ରତିଶତ ରହିଛି। ଦେଶରେ ଏବେ ୮୦୭ଟି ୟୁକେ ଭାରିଆଣ୍ଟ, ୪୭ଟି ଦକ୍ଷିଣ ଆଫ୍ରିକୀୟ ଭାରିଆଣ୍ଟ ଓ ଗୋଟିଏ ବ୍ରାଜିଲ ଭାରିଆଣ୍ଟ ଚିହ୍ନଟ ହୋଇଛି ବୋଲି ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ଗୋଟିଏ ସମୟରେ ବଙ୍ଗୋପସାଗର ଓ ଆରବ ସାଗରରେ ଲଘୁଚାପ ସମ୍ଭାବନା

Tue Mar 30 , 2021
ଭୁବନେଶ୍ବର : ଦେଶର ପୂର୍ବ ପଟେ ଥିବା ବଙ୍ଗୋପସାଗର ଓ ପଶ୍ଚିମପଟେ ଥିବା ଆରବ ସାଗରରେ ଏକା ସମୟରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଦେଖାଦେଇଛି। ଏହା ଫଳରେ ପ୍ରବଳ ଗ୍ରୀଷ୍ମପ୍ରବାହରେ ସିଝୁଥିବା ଦେଶବାସୀଙ୍କୁ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ସଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିବର୍ତ୍ତିତ […]
ଲଘୁଚାପ ସମ୍ଭାବନା

ଆହୁରି ପଢ଼ନ୍ତୁ

Breaking News

Most Read

Social media & sharing icons powered by UltimatelySocial