ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ୩୦ରୁ ୪୦କିମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ ସମେତ ନୟାଗଡ଼, ଖୋର୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୪ ତାରିଖରୁ ୫ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଗଜପତି, ବଲାଙ୍ଗୀର, ନୂଆପଡ଼ା, ଝା୍ରସୁଗୁଡ଼ା, ବୌଦ୍ଧ ଆଦି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

Share Now:

Kalinga News Beuro

Next Post

ପରଲୋକରେ ବଲିଉଡର ବରିଷ୍ଠ ଅଭିନେତ୍ରୀ ଶଶିକଳା

Sun Apr 4 , 2021
ମୁମ୍ବାଇ: ପରଲୋକରେ ବଲିଉଡର ବରିଷ୍ଠ ଅଭିନେତ୍ରୀ ଶଶିକଳା ଜାବଲକର। ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ହୋଇଥିବା ବେଳେ ମୁମ୍ବାଇର କୋଲାବାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟଜନିତ କାରଣରୁ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଶଶିକଳା ଅଗଷ୍ଟ ୧୯୩୨ରେ ସୋଲାପୁରର ଏକ ମହାରାଷ୍ଟ୍ରିଆନ ପରିବାରରେ ଜନ୍ମଗ୍ରହଣ କରିଥିଲେ। ସେ ଡାକୁ, ରାସ୍ତା ଏବଂ କଭି ଖୁସୀ କଭି ଗମ ଭଳି ଚଳଚ୍ଚିତ୍ରରେ କାମ କରି ଚର୍ଚ୍ଚିତ ହୋଇଥିଲେ। ଏହା […]
ପରଲୋକରେ ବଲିଉଡର ବରିଷ୍ଠ ଅଭିନେତ୍ରୀ ଶଶିକଳା-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial