ଆଜି ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ରାଜ୍ୟବାସୀଙ୍କ ପ୍ରତି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୁଭକାମନା

ନୂଆଦିଲ୍ଲୀ: ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଏବର୍ଷ ସମସ୍ତଙ୍କର ଆଶା ଆକାଙ୍‌କ୍ଷା ପୂରଣ ହେଉ ବୋଲି ପ୍ରାର୍ଥନା କରିଛନ୍ତି। ଉଭୟ ଇଂରାଜୀ ଏବଂ ଓଡ଼ିଆ ଭାଷାରେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ବା ପଣାସଂକ୍ରାନ୍ତି ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭକାମନା।

ନୂଆବର୍ଷରେ ଆପଣମାନଙ୍କର ସମସ୍ତ ମନସ୍କାମନା ପୂର୍ଣ୍ଣ ହେଉ, ଏହା ହିଁ ମୋର ପ୍ରାର୍ଥନା। ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରୁଛି। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ପୁଥାଣ୍ଡୁ ଉପଲକ୍ଷେ ତାମିଲ ଭଉଣୀ ଓ ଭାଇମାନଙ୍କୁ, ବୋହାଗ ବିହୁ ଲାଗି ଆସାମବାସୀ ଓ ବିଷୁ ଉତ୍ସବ ନିମନ୍ତେ କେରଳବାସୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ସେହିଭଳି, ଆଜି ଭାରତରତ୍ନ ଡକ୍ଟର୍‌ ବାବାସାହେବ ଅମ୍ବେଡ଼କରଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କ ପ୍ରତି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି।

Share Now:

Kalinga News Beuro

Next Post

ପରଲୋକରେ ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ

Wed Apr 14 , 2021
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ପିପିଲି ବିଧାନସଭା ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ ହୋଇଯାଇଛି। କରୋନା ପଜିଟିଭ ଚିହ୍ନଟ ହେବା ପରେ ସେ ରାଜଧାନୀ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍‌ପିଟାଲରେ ଚିକିତ୍ସିତ ହେଉଥିଲେ। କିଛିଦିନ ଧରି ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଆଜି ଅପରାହ୍ଣରେ ହସ୍ପିଟାଲ୍ ପକ୍ଷରୁ ଅଜିତ ମଙ୍ଗରାଜଙ୍କର ପରଲୋକ ଖବର ଦିଆଯାଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୨ ବର୍ଷ […]
ଅଜିତ ମଙ୍ଗରାଜଙ୍କ ପରଲୋକ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial