ରାଜ୍ୟ‌ର ବିଭିନ୍ନ ସ୍ଥାନରେ ‌ଆସନ୍ତା ୪ ଦିନ କାଳବୈଶାଖୀ ବର୍ଷା

ଆସନ୍ତା ୪ ଦିନ କାଳବୈଶାଖୀ ବର୍ଷା

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାରୁ ଧୀରେଧୀରେ ରାଜ୍ୟରେ ପାରଦ ତଳକୁ ଖସୁଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟ‌ର ବିଭିନ୍ନ ସ୍ଥାନରେ ‌କାଳବୈଶାଖୀ ବର୍ଷା ହେବାର ସୂଚନା ରହିଛି। ଆଜି ରାଜ୍ୟର ୧୮ ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାରେ ୟେଲୋ-ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି। ତେବେ ଏଗୁଡ଼ିକ ମଧ୍ୟରୁ ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୫, ୬ ଓ ୭ ତାରିଖ ଦିନ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୫ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ଏବଂ ଝଡ଼ବର୍ଷା ହେବ। ସେହିପରି ୬ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ। ୭ ତାରିଖ ଆଡ଼କୁ ପବନର ବେଗ ବଢ଼ିବ। ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଖୁବ୍ ଅଧିକ ରହିବ। ଆଜି ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳରେ ଅପରାହ୍‌ଣ ଆଡ଼କୁ ବର୍ଷା ହେବା ସହ ତାପମାତ୍ରା ୩୮ ଡିଗ୍ରି ପାଖାପାଖି ରହିବ।

Share Now:

Kalinga News Beuro

Next Post

ଲକ୍‌ଡାଉନ୍ ପାଇଁ ପୁଲିସ ପ୍ରସ୍ତୁତି: ରାଜଧାନୀରେ ହେବ ୫୩ ଚେକ୍‌ପୋଷ୍ଟ

Tue May 4 , 2021
ଭୁବନେଶ୍ବର: ଲକ୍‌ଡାଉନ୍ ପାଇଁ ରାଜଧାନୀରେ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ନାଇଟ୍ କର୍ଫ୍ୟୁ ପାଇଁ ୨୩ଟି ଜାଗାରେ ଚେକ୍‌ପୋଷ୍ଟ କରା ଯାଇଥିବା ବେଳେ ଲକ୍‌ଡାଉନ ସମୟରେ ଏହି ସଂଖ୍ୟା ବଢ଼ାଇ ୫୩ଟି କରାଯିବ ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ୨୫ଟି ସ୍ଥାୟୀ ଚେକ୍‌ପୋଷ୍ଟ କରାଯାଇଛି। ରାସ୍ତାର ଗୋଟିଏ ପାର୍ଶ୍ବକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇ ଅନ୍ୟ ପାର୍ଶ୍ବଟି ବାରିକେଡ୍ ଲଗାଯିବ। କେବଳ ଆମ୍ବୁଲାନ୍ସ ଯାତାୟାତ କରିବ ବୋଲି ସୂଚନା ମିଳିଛି। […]
ଲକ୍‌ଡାଉନ୍ ପାଇଁ ପୁଲିସ ପ୍ରସ୍ତୁତି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial