ମୁଖ୍ୟ ଶାସନ ସଚିବଙ୍କ ବାତ୍ୟା ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ

ବାତ୍ୟା ୟାସ୍ ୨୬ ସକାଳେ ସ୍ଥଳଭାଗ ଛୁଇଁବ

ଯ଼ୋଗ ଦେଲେ ସ୍ବତନ୍ତ୍ର ରିଲିଫ କମିଶନର, ୧୦ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ନେଇ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଭିଡିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର, ବିଭିନ୍ନ ବିଭାଗର ସଚିବ, ଏନଡିଆରଏଫର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହା ସହିତ ପ୍ରଭାବିତ ହେବାକୁ ଥିବା ୧୦ ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ଏହି ବୈଠକରେ ଯ଼ୋଗ ଦେଇଥିଲେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି କୁହାଯ଼ାଇଛି ଯ଼େ, ଆଜି ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି। ଏହା ଆସନ୍ତା କାଲି ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ପର୍ୟ଼୍ୟାୟକ୍ରମେ ଏକ ଡିପଡିପ୍ରେସନ ଓ ତାପରେ ଏକ ବାତ୍ୟା ବା ସାଇକ୍ଲୋନିକ ସର୍କୁଲେସନରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ମେ ୨୬ ସନ୍ଧ୍ୟା ସୁଦ୍ଧା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବ।

Share Now:

Kalinga News Beuro

Next Post

ମମତାଙ୍କ ପାଇଁ ଇସ୍ତଫା ଦେଲେ ଶୋଭନ ଦେବ: ତାଙ୍କ ବଦଳରେ ମମତା ଲଢ଼ିବେ ନିର୍ବାଚନ

Fri May 21 , 2021
କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମରୁ ବିଧାୟକ ପ୍ରାର୍ଥୀ ହୋଇଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ପରାଜିତ ହୋଇଥିଲେ। ହେଲେ ସେ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ତାଙ୍କୁ ବିଧାୟକ ଭାବେ ନିର୍ବାଚିତ ହେବାକୁ ପଡିବ। ହେଲେ ଭବାନୀପୁରରୁ ବିଧାୟକ ଭାବେ ଜିତିଥିବା ଟିଏମସି ନେତା ଶୋଭନ ଦେବ ଆଜି ବିଧାୟକ ପଦରୁ ଇସ୍ତଫା ଦେବା ପରେ ମମତା ବାନାର୍ଜର ଭବାନୀପୁର ଆସନରୁ ପ୍ରାର୍ଥୀ […]
ମମତାଙ୍କ ପାଇଁ ଇସ୍ତଫା ଦେଲେ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial