ବାହାନଗାରେ ଲ୍ୟାଣ୍ଡଫଲ କରୁଛି ବାତ୍ୟା ‘ୟାସ’

ବାହାନଗାରେ ଲ୍ୟାଣ୍ଡଫଲ କରୁଛି ବାତ୍ୟା ‘ୟାସ’

ପ୍ରକ୍ରିୟା ସରିବା ଯାଏଁ ପବନର ବେଗ ରହିବ ୧୩୦ ରୁ ୧୪୦ କିମି

ଭଦ୍ରକ: ଶେଷରେ ଉପକୂଳକୁ ଛୁଇଁଛି ବାତ୍ୟା ୟାସ। ବାତ୍ୟା ‘ୟାସ’ ବର୍ତ୍ତମାନ ବାଲେଶ୍ୱର-ଭଦ୍ରକର ବାହାନଗାରେ ଲ୍ୟାଣ୍ଡଫଲ କରୁଛି। ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ଅପରାହ୍ନ ୧ଟା ସୁଦ୍ଧା ସରିବ। ପ୍ରାୟ ୩ରୁ ୪ ଘଣ୍ଟା ଧରି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ଆଜି ସକାଳ ୯ଟାରେ ଲ୍ୟାଣ୍ଡଫଲ ଆରମ୍ଭ ହୋଇଥିବାବେଳେ ଧାମରାର ଉତ୍ତର ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ କରିଛି। ବର୍ତ୍ତମାନ ପବନର ବେଗ ୧୩୦ରୁ ୧୪୦ କିଲୋମିଟର ରହିଥିଵାଵବେଳେ ବାଲେଶ୍ୱର ଜିଲ୍ଲା ପାର ହେବାକୁ ୫ରୁ ୬ ଘଣ୍ଟା ସମୟ ଲାଗିବ। ବାଲେଶ୍ୱର ପରେ ବାତ୍ୟା ମୟୁରଭଞ୍ଜ ଯିବା ସେଠାରେ ୧୦୦ କିଲୋମିଟର ବେଗରେ ପବନ ବହିବ। ଦିନ ୩ଟା ଯାଏଁ ଭଦ୍ରକ ଓ ବାଲେଶ୍ୱରରେ ପ୍ରଭାବ ରହିବ। ଅପରାହ୍ନ ପରଠାରୁ ମୟୁରଭଞ୍ଜରେ ବର୍ଷ ଓ ପବନ ବଢିବା ବୋଲି ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି। ଆଜି ମୟୁରଭଞ୍ଜରୁ ମଧ୍ୟରାତ୍ର ସୁଦ୍ଧା ବାତ୍ୟା ଝାଡ଼ଖଣ୍ଡ ଚାଲିଯିବ।

Share Now:

Kalinga News Beuro

Next Post

୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୦୮,୯୨୧ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ : ମୃତ୍ୟୁସଂଖ୍ୟା ୪,୧୫୭

Wed May 26 , 2021
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୦୮ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାରରୁ ଅଧିକ ରହିଛି। ଗତକାଲି ରେକର୍ଡ ଠାରୁ ଆଜି ଉଭୟ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୮,୯୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୧୫୭ ମୃତ୍ୟୁ ରେକର୍ଡ […]
ଭୁବନେଶ୍ବରରୁ ୯୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial