ଚୋରା ଦେଶୀ ମଦ ଭାଟିରେ ଚଢଉ ବେଳେ ଅବକାରୀ ବିଭାଗ ଉପରେ ଆକ୍ରମଣ

ଚଢଉ ବେଳେ ଅବକାରୀ ବିଭାଗ ଉପରେ ଆକ୍ରମଣ

ଆଠଗଡ଼: ଚୋରା ଦେଶୀ ମଦ ଭାଟିରେ ଚଢଉ ବେଳେ ଅବକାରୀ ବିଭାଗ ଉପରେ ଆକ୍ରମଣ ହୋଇଛି। ପୁଲିସ ଉପସ୍ଥିତିରେ ପେଟ୍ରୋଲ ବୋମା ମାଡ଼ ହୋଇଥିବା ଅଭିଯୋଗ ଆସିଛି। ତିଗିରିଆ ଥାନା ଅନ୍ତର୍ଗତ କରଡ଼ାପଲ୍ଲୀ ଗାଁ ପାଖ ବାରମାଣବନ୍ଧ ଜଙ୍ଗଲରେ ଆଠଗଡ଼ ଅବକାରୀ ବିଭାଗ ଏବଂ ପୁଲିସ ପକ୍ଷରୁ ଚଢଉ କରାଯାଇଥିଲା। ବିପୁଳ ପରିମାଣର ଦେଶୀ ମଦ ପୋଚ ମଧ୍ୟ ଜବତ ହୋଇଛି। ମଦ ମାଫିଆଙ୍କ ଦ୍ୱାରା ଅବକାରୀ ବିଭାଗ ଉପରକୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏଠାରୁ ଏକ ବନ୍ଧୁକ ମଧ୍ୟ ଚଢ଼ଉ କାଳରେ ଜବତ ହୋଇଛି। ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ମଦ ପୋଚ ନଷ୍ଟ କରିବା ସହ ମଦ ରନ୍ଧା ପାଇଁ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ତିଗିରିଆ ଥାନାରେ ଏତଲା ଦେଇଛନ୍ତି ଅବକାରୀ ବିଭାଗ। ଅନେକ ଦିନ ହେଲା ଏଠାରେ ମଦ ରନ୍ଧା ହେଉଥିବା ଅଭିଯୋଗ ହୋଇଥିଲା।

Share Now:

Kalinga News Beuro

Next Post

ବିସିସିଆଇର ବଡ଼ ଘୋଷଣା: ୟୁଏଇରେ ହେବ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍

Sat May 29 , 2021
ନୂଆଦିଲ୍ଲୀ: ୟୁଏଇରେ ହେବ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍। ଏନେଇ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ବିସିସିଆଇର ଏସଜିଏମ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର ମାସରେ ୟୁଏଇରେ ଆଇପିଏଲ ହୋଇପାରେ। ତେବେ କୌଣସି ନିର୍ଦ୍ଦିଷ୍ଟ ତାରିଖ ଏଯାଏଁ ବିସିସିଆଇ ପକ୍ଷରୁ ଘୋଷଣା କରାଯାଇନଥିବା ବେଳେ ଆଇପିଏଲର ବଳକା ୩୧ଟି ମ୍ୟାଚ୍ ୟୁଏଇରେ ହେବ ବୋଲି ସ୍ପଷ୍ଟ ହୋଇଛି। ଉଲ୍ଲେଖଯୋଗ୍ୟ, କରୋନା ପାଇଁ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ […]
ୟୁଏଇରେ ହେବ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial