ହାରିଗଲେ ବିଜୟଶ୍ରୀ : ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ-1

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡ଼ି ନେତା ବିଜୟଶ୍ରୀ ରାଉତରାୟଙ୍କ ୬୭ ବର୍ଷ ବୟସରେ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। କରୋନା ପରବର୍ତ୍ତୀ ସ୍ବାସ୍ଥ୍ୟଗତ ଜଟିଳତା ଯ଼ୋଗୁଁ ସେ ଚିକିତ୍ସିତ ହେଉଥିଲେ। ଭଦ୍ରକ ଜିଲ୍ଲାର ବାସୁଦେବପୁରରୁ ୬ ଥର ବିଧାୟକଭାବେ ନିର୍ବାଚିତ ହୋଇଥିବା ସ୍ବର୍ଗତ ରାଉତରାୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କ୍ୟାବିନେଟରେ ସ୍ବାସ୍ଥ୍ୟ, ରାଜସ୍ବ, ଜଙ୍ଗଲ ଓ ପରିବେଶ ପରି ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀଭାବେ କାର୍ଯ୍ୟ କରିଥିଲେ। ସେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁତ୍ର। ସେ ଜନତା ଦଳ ଟିକେଟରୁ ଦୁଇଥର ଓ ବିଜୁ ଜନତା ଦଳ ଟିକେଟରୁ ଚାରିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଉଭୟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ଥିବା ଶ୍ରୀ ରାଉତରାୟ ବିଜେଡ଼ିର ପ୍ରତିଷ୍ଠାତା ସଦସ୍ୟଙ୍କ ମଧ୍ୟରୁ ଅନ୍ୟତମ ଥିଲେ।
ବରିଷ୍ଠ ବିଜେଡ଼ି ନେତା ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ବିୟୋଗ ବିଜୁ ଜନତା ଦଳ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏକ ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ” ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ୟ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।”

Share Now:

Kalinga News Beuro

Next Post

‘ବ୍ଲାକ ଫଙ୍ଗସ୍’ର ଆର୍ୟୁବେଦିକ ଔଷଧ ବଜାରକୁ ଆଣିବ ପତଞ୍ଜଳି!

Wed Jun 2 , 2021
ନୂଆଦିଲ୍ଲୀ: ଏଲୋପାଥି ବନାମ ଆର୍ୟୁବେଦିକକୁ ନେଇ ବିବାଦୀୟ ବୟାନ ଭିତରେ ବାବା ରାମଦେବ ଓ ତାଙ୍କର ଘନିଷ୍ଠ ସହଯୋଗୀ କୁହାଯାଉଥିବା ଆଚାର୍ଯ୍ୟ ବାଳକୃଷ୍ଣ ଦାବି କରିଛନ୍ତି କି ଗୋଟିଏ ସପ୍ତାହ ମଧ୍ୟରେ ସେମାନେ ‘ବ୍ଲାକ ଫଙ୍ଗସ୍’ ରୋଗ ପାଇଁ ଆର୍ୟୁବେଦିକ ଔଷଧ ଲଞ୍ଚ କରିବାକୁ ଯାଉଛନ୍ତି। ଦୁଇଜଣ ଯାକ ଏହା ବି ଦାବି କରିଛନ୍ତି କି, ପତଞ୍ଜଳୀ ଆର୍ୟୁବେଦ ଲିମିଟେଡ ଓ ପତଞ୍ଜଳୀ ଯୋଗପୀଠ ଏହି ଔଷଧ ପ୍ରସ୍ତୁତ ନେଇ […]
‘ବ୍ଲାକ ଫଙ୍ଗସ୍’ ର ଆର୍ୟୁବେଦିକ ଔଷଧ ଆଣିବ ପତଞ୍ଜଳି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial