ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ବିଜୟ ସାହୁଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଜୟ ସାହୁଙ୍କ ପରଲୋକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଚେୟାରମ୍ୟାନ୍ ବିଜୟ ସାହୁଙ୍କର ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହାଇଦ୍ରାବାଦ ଏକ ଘରୋଇ ହସ୍ପିଟାଲରେ ବିଜୟ ସାହୁଙ୍କର ଚିକିତ୍ସା ଚାଲିଥଲା। ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିଲେ ବିଜୟ। ତେବେ କରୋନାରୁ ସୁସ୍ଥ ହୋଇଥିଲେ ମଧ୍ୟ ପରବର୍ତ୍ତୀ ଜଟିଳତା ନେଇ ଗୁରୁତର ଥିଲେ ବିଜୟ। ପରେ ତାଙ୍କୁ ଉନ୍ନତମାନର ଚିକିତ୍ସା ପାଇଁ ହାଇଦ୍ରାବାଦକୁ ନିଆଯାଇଥିଲା। ତେବେ ସେଠାରେ ତାଙ୍କର ଦେହାନ୍ତ ହୋଇଛି।
ବିଜୟ ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବିଜୟଙ୍କର ଯଥେଷ୍ଟ ଅବଦାନ ରହିଥିଲା। ଠିକ୍ ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ବି ବିଜୟ ସାହୁଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାଛଡ଼ା ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

Share Now:

Kalinga News Beuro

Next Post

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୭୨୯ ପଜିଟିଭ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୨

Fri Jun 4 , 2021
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୭୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୩୯୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୪୯ଜଣ, ବାଲେଶ୍ୱରରୁ […]
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୭୨୯ ପଜିଟିଭ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial