୪୮ ଘଣ୍ଟାରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ : ପାଣିପାଗ ବିଭାଗ

୪୮ ଘଣ୍ଟାରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମୀ ଆଜି ଆହୁରି ଅଗ୍ରଗତି କରି ଉତ୍ତର ଆରବ ସାଗର, ଦକ୍ଷିଣ ଗୁଜୁରାଟର ଆଉ କିଛି ଅଂଶ, ଦକ୍ଷିଣ ମଧ୍ୟପ୍ରଦେଶ ଓ ଛତିଶଗଡ଼, ଓଡ଼ିଶାର ଆଉ କିଛି ଅଂଶ, ପଶ୍ଚିମବଙ୍ଗର କିଛି ଅଂଶକୁ ସ୍ପର୍ଶ କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସମଗ୍ର ଓଡ଼ିଶା ଓ ଛତିଶଗଡ଼, ମଧ୍ୟପ୍ରଦେଶର ଓ ବିହାରର ଆଉ କିଛି ଅଂଶ ଓ ଉତ୍ତରପ୍ରଦେଶରେ ପହଞ୍ଚିବାର ସମ୍ଭାବନା ରହିଛି। ଗତ କାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସାଇକ୍ଲୋନିକ ସର୍କୁଲେସନ ଆଜି ଏକ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା କାଲି ଏହା ଆହୁରି ଘନୀଭୂତ ହୋଇ ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପୂର୍ବ ଭାରତ ବିଶେଷକରି ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ମଧ୍ୟ ଭାରତର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର କେତେକ ସ୍ଥାନେ ଅତି ପ୍ରବଳ ବର୍ଷା ଅର୍ଥାତ ୨୦ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ବି ଏହି ଲଘୁଚାପ ପ୍ରଭାବରୁ ବର୍ଷା ହେବ।

Share Now:

Kalinga News Beuro

Next Post

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ : ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ

Fri Jun 11 , 2021
ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ। ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ। ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୯ ଜିଲ୍ଲା ପାଇଁ କେନ୍ଦ୍ର ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ଏହାବ୍ୟତୀତ […]
୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial