୨୪ ଘଣ୍ଟା ମଧ୍ୟରେ ଦେଶରେ ୯୧,୭୦୨ ନୂଆ କୋଭିଡ୍‌-୧୯ ସଂକ୍ରମିତ

୨୪ ଘଣ୍ଟା ମଧ୍ୟରେ ଦେଶରେ ୯୧,୭୦୨ ସଂକ୍ରମିତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୯୧ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩୦୦୦ ଉପରେ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୧,୭୦୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୪୦୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୨,୭୪,୮୨୩ ଓ ମୃତ୍ୟୁସଂଖ୍ୟା ୩,୬୩,୦୭୧ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୩୪,୫୮୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୭,୯୦,୦୭୩ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧,୨୧,୬୭୧। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୪,୬୦,୮୫,୬୪୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୦ ତାରିଖ ସୁଦ୍ଧା ସମୁଦାୟ ୩୭,୪୨,୪୨,୩୮୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୪୪,୧୩୧ଟି ନମୁନା।

Share Now:

Kalinga News Beuro

Next Post

ଠକ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ

Fri Jun 11 , 2021
ଭୁବନେଶ୍ୱର: ଗୋପାଳପୁର ବିଧାୟକ ଠକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ମିଳିଲା ଜାମିନ। ଗୋଳନ୍ଥରା ଥାନା ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଛନ୍ତି। ପ୍ରଦୀପଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିବାବେଳେ […]
ପ୍ରଦୀପ ପାଣିଗ୍ରାହୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial