୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ରହିଛି। ଏଥିପାଇଁ ଉକ୍ତ ୯ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା କାଲି ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୨୧ରୁ ୨୪ ତାରିଖ ଯାଏଁ ଅନେକ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାୟଗଡ଼ାରେ ସର୍ବାଧିକ ୩୨.୧ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୭.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି। ୨୪ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଇଛି।

Share Now:

Kalinga News Beuro

Next Post

କଳାହାଣ୍ଡି: ୫ ମାସରେ ମଲେଣି ୯ ହାତୀ, ହାତ ବାନ୍ଧି ବସିଛି ବନବିଭାଗ

Sat Jun 19 , 2021
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଗତ ପାଞ୍ଚମାସରେ ୯ଟି ହାତୀ ପ୍ରାଣ ହରାଇବା ପରେ ଜାତୀୟ ସ୍ତରରେ ବନ୍ୟପ୍ରାଣୀ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବନବିଭାଗ ପକ୍ଷରୁ ଏନେଇ କୌଣସି ଠୋସ୍‌ ପଦକ୍ଷେପ ନିଆଯାଇ ନଥିବାରୁ ସାଧାରଣରେ କ୍ଷୋଭ ପ୍ରକାଶ ପାଇଛି। ହାତୀ ମଡ଼କ ସମୟରେ ଟ୍ରାକିଂ କ୍ୟାମେରା କଢ଼ାଯିବା ଓ ସମ୍ପୃକ୍ତ ଅଧିକାରୀ ସେହି ସମୟରେ ହିଁ ଦାୟିତ୍ବ ନେବା ଘଟଣା ବିଭାଗର କାର୍ଯ୍ୟଦକ୍ଷତା ପ୍ରତି ସନ୍ଦେହ ସୃଷ୍ଟି […]
୫ ମାସରେ ମଲେଣି ୯ ହାତୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial