ଭୁବନେଶ୍ବର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯ଼ାଇଛି। କଟକ ଓ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ମୃତ୍ୟୁବରଣ କରିଛନ୍ତି। ସେହିପରି କୋରାପୁଟ, ମୟୁରଭଞ୍ଜ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷରେ ଗଞ୍ଜାମ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ବଲାଙ୍ଗୀର, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ସୂଚନାଯ଼ୋଗ୍ୟ ଯ଼େ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ମୃତ

Share Now: