ଆସନ୍ତା ୨୪ ଘଣ୍ଟାରେ ୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୫ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ରହିଛି। ଏସବୁ ଜିଲ୍ଲାକୁ ବର୍ଷା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ ରୁ ୨୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଭବାନୀପାଟଣାରେ ୩୭.୬ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

Share Now:

Kalinga News Beuro

Next Post

ଭାରତରେ ରୋକାଯାଇପାରିବ କରୋନାର ତୃତୀୟ ଲହରୀ

Tue Jun 22 , 2021
ନୂଆଦିଲ୍ଲୀ: ଅକ୍ଟୋବର-ନଭେମ୍ୱର ଆଡକୁ ଦେଶରେ କରୋନାର ତୃତୀୟ ଲହରୀ ଆସିବାକୁ ଯାଉଛି ବୋଲି କିଛି ବିଶେଷଜ୍ଞ କହୁଛନ୍ତି। ତେବେ ମଙ୍ଗଳବାର ଦିନ ନୀତି ଆୟୋଗ ସଦସ୍ୟ (ସ୍ୱାସ୍ଥ୍ୟ) ଭି.କେ ପଲ କହିଛନ୍ତି ଯେ କରୋନା ମହାମାରୀର ତୃତୀୟ ଲହରୀକୁ ଆସିବା ଆମେ ବନ୍ଦ କରିପାରିବା। ତୃତୀୟ ଲହରୀ କିଭଳି ନ ଆସିବ ତାହା ଆମ ହାତରେ ଅଛି। ସେ କହିଛନ୍ତି ଯେ ଯଦି ଆମେ କୋଭିଡ ପାଇଁ ଦିଆଯାଇଥିବା ନିର୍ଦ୍ଦେଶାବଳୀ […]
ଭାରତରେ ରୋକାଯାଇପାରିବ କରୋନାର ତୃତୀୟ ଲହରୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial