ବିଜେଡିର ମହିଳା ପଦାଧିକାରୀ ଘୋଷଣା: ୫ ଜଣଙ୍କୁ ରାଜ୍ୟସ୍ତରୀୟ ପଦାଧିକାରୀ ଭାବେ ନିଯୁକ୍ତି

ବିଜେଡିର ମହିଳା ପଦାଧିକାରୀ

ଭୁବନେଶ୍ୱର: ବିଜେଡ଼ି ମହିଳା ଜନତା ଦଳର ପଦାଧିକାରୀ ଘୋଷଣା କରିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ। ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ ଲତିକା ପ୍ରଧାନ ଓ ନନ୍ଦିନୀ ଦେବୀଙ୍କୁ ଦାୟିତ୍ୱ ଦିଆଯାଇଛି। କାର୍ଯ୍ୟକାରୀ ସଭାପତି ଭାବେ ୩ଜଣଙ୍କୁ ନିଯୁକ୍ତି ମିଳିଛି। ସୁଭାସିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କୁ ଦିଆଯାଇଛି ଦାୟିତ୍ୱ।
ସାଧାରଣ ସମ୍ପାଦିକା ଭାବେ କସ୍ତୁରୀ ମହାପାତ୍ରଙ୍କୁ ମିଳିଛି ଦାୟିତ୍ୱ। ୭ଜଣଙ୍କୁ ଜୋନ ସଭାପତି ଭାବେ ନିଯୁକ୍ତି ମିଳିଛି। ବରିଷ୍ଠ ଉପସଭାପତି ଭାବେ ୯ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ଉପସଭାପତି ଭାବେ ୨୭ଜଣଙ୍କୁ ମିଳିଛି ଦାୟିତ୍ୱ। ଜେନେରାଲ ସେକ୍ରେଟାରୀ ଭାବେ ୩୫ଜଣଙ୍କୁ ନିଯୁକ୍ତି। ସମ୍ପାଦିକା ଭାବେ ୩୬ଜଣଙ୍କୁ ଦିଆଯାଇଛି ନିଯୁକ୍ତି। ଯୁଗ୍ମ ସମ୍ପାଦିକା ଭାବେ ୨୮ଜଣଙ୍କୁ ନିଯୁକ୍ତି ଦିଆଯାଇଛି। କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ୬୯ଜଣଙ୍କୁ ନିଯୁକ୍ତି ଦିଆଯାଇଛି।

Share Now:

Kalinga News Beuro

Next Post

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Sun Jun 27 , 2021
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, […]
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial