ଜରୁରୀକାଳିନ ବ୍ୟବହାର ପାଇଁ ମଡର୍ଣ୍ଣା ଟିକାକୁ ଅନୁମତି

ମଡର୍ଣ୍ଣା ଟିକା

ଭାରତକୁ ମିଳିଲା ଚତୁର୍ଥ କରୋନା ଟିକା

ନୂଆଦିଲ୍ଲୀ: ଭାରତକୁ ମିଳିଲା ଚତୁର୍ଥ କରୋନା ଟିକା। କୋଭିସିଲ୍ଡ, କୋଭାକ୍ସିନ୍, ସ୍ପୁଟ୍ନିକ୍ ଭି ପରେ ଏବେ ଭାରତରେ ଜରୁରୀକାଳିନ ବ୍ୟବହାର ପାଇଁ ମଡର୍ଣ୍ଣା ଟିକାକୁ ମିଳିଲା ଅନୁମତି। ଫାର୍ମା କମ୍ପାନି ସିପଲା ଟିକାର ଜରୁରୀକାଳିନ ବ୍ୟବହାର ସହ ଟିକା ଆମଦାନୀ ପାଇଁ ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ|(ଡିସିଜିଆଇ)ରୁ ଅନୁମତି ମାଗିଥିବା ବେଳେ ଆଜି ଡିସିଜିଆଇ ଟିକାର ବ୍ୟବହାରକୁ ଅନୁମତି ଦେଇଛନ୍ତି। ଏହା ସହ ମଡର୍ଣ୍ଣା କୋଭିଡ -୧୯ ଟିକା ଆମଦାନୀ କରି ଦେଶର ବଜାରକୁ ଆଣିବା ପାଇଁ ସିପଲାଙ୍କୁ ଅନୁମତି ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ନୀତି ଆୟୋଗ ସଦସ୍ୟ ଡାକ୍ତର ଭି.କେ ପୌଲ।
ମଡର୍ଣ୍ଣା କମ୍ପାନି ପୂର୍ବରୁ ଘୋଷଣା କରି କହିଥିଲା ଯେ, ଡାଟା ସେଫ୍ଟି ମନିଟରିଂ ବୋର୍ଡର ତତ୍ୱାବଧାନରେ କରାଯାଇଥିବା ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣରେ ସଫଳତାର ହାର ଆସିଛି ୯୪. ୫ ପ୍ରତିଶତ। ମଡର୍ଣ୍ଣାର ଚିଫ୍ ଏକଜିକ୍ୟୁଟିଭ ଅଫିସର ଷ୍ଟିଫେନ୍ ବାନସେଲ୍ କହିଛନ୍ତି, ଏହି ଭ୍ୟାକ୍ସିନ୍ କୋଭିଡ-୧୯ ମହାମାରୀରୁ ରକ୍ଷା କରି ପାରିବ। କେବଳ ଆମେରିକାରେ କମ୍ପାନି ପକ୍ଷରୁ ୩୦ ହଜାର ଲୋକଙ୍କ ଶରୀରରେ ଏହି ପରୀକ୍ଷା କରାଯାଇଥିଲା। ଏବଂ ଏଥିରେ ଯେଉଁ ସଫଳତାର ହାର ଆସିଲା ତାହା ସମସ୍ତଙ୍କୁ ଖୁସି କରିଦେଲା। କରୋନା ଟିକା ପ୍ରସ୍ତୁତ କରିବା ପାଇଁ ଆମେରିକା ସରକାର ମଡର୍ଣ୍ଣା କମ୍ପାନିରେ ୧ ବିଲିୟନ ଡଲାର ଅଥାତ୍ ସାଢେ ୭ ହଜାର କୋଟି ଟଙ୍କା ଗବେଷଣାରେ ଲଗାଇଥିଲେ। ଏହାଛଡା ୧୦ କୋଟି ଟିକା ପାଇଁ ୧୧ ହଜାର କୋଟି ଟଙ୍କା ଦେଇଛନ୍ତି ଆମେରିକା ସରକାର। ଟିକାର ସଫଳତା ହାର ୯୦ ପ୍ରତିଶତରୁ ଅଧିକ ରହିଛି। ମଡର୍ଣ୍ଣା ଟିକାର ଆଉ ଏକ ପ୍ରମୁଖ ଦିଗ ହେଉଛି ଏହାକୁ ଫାଇଜର ଟିକା ଭଳି ମାଇନସ୍ ୭୦ ଡିଗ୍ରୀ ସେଲସିୟସରେ ରଖିବାକୁ ପଡିବ ନାହିଁ।

Share Now:

Kalinga News Beuro

Next Post

ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

Tue Jun 29 , 2021
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। […]
ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial