ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା

କାଳବୈଶାଖୀ ଓ ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ପ୍ରକାଶ। କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ରାୟଗଡ଼ା ଆଦି ରହିଛି। ଏହିସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସେହିପରି ଜୁଲାଇ ୧ରୁ ୨ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୁଳ ଓ କଟକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ କାଳବୈଶା୍ଖୀ ସମ୍ଭାବନା ରହିଛି।

Share Now:

Kalinga News Beuro

Next Post

ରାଜ୍ୟରେ ୩୩୭୧ ନୂଆ କରୋନା ଆକ୍ରାନ୍ତ, ୪୮ ମୃତ

Wed Jun 30 , 2021
ଭୁବନେଶ୍ୱର: ପୁଣି ୩ ହଜାର ଉପରକୁ ଉଠିଯାଇଛି ରାଜ୍ୟର ଦୈନିକ ଆକ୍ରାନ୍ତ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ […]
ରାଜ୍ୟରେ ୩୩୭୧ ନୂଆ କରୋନା ଆକ୍ରାନ୍ତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial