ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ଦେବଗଡ଼ ଆଦି ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, କନ୍ଧମାଳ ଓ ସୁବର୍ଣ୍ଣପୁ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆଗାମୀ ୪ଦିନ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ରାୟଗଡ଼ା ଜିଲ୍ଲାରେ ୩୪.୬ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୨ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

Share Now:

Kalinga News Beuro

Next Post

ଶ୍ରୀବିଗ୍ରହଙ୍କ ନବଯୌବନ ବେଶ: ଦର୍ଶନରୁ ବଞ୍ଚିତ ହେଲେ ଶ୍ରଦ୍ଧାଳୁ

Fri Jul 9 , 2021
ପୁରୀ: ଅଣସର ଘର ଗୁପ୍ତ ସେବା ପାଇଁ ସୁସ୍ଥ ହୋଇଛନ୍ତି ଶ୍ରୀଜୀଉ। ଶ୍ରୀମନ୍ଦିରରୁ ଫିଟିଲା ଅଣସର ତାଟି। ଆରମ୍ଭ ହେଲା ଶ୍ରୀବିଗ୍ରହଙ୍କ ନବଯୌବନ ଦର୍ଶନ। ଏହା ତିନି ଦିନ ଧରି ଚାଲିବ। ୨୦ ବର୍ଷ ପରେ ଏପରି ଏକ ଦୁର୍ଲଭ ସଂଯୋଗ ଆସିଛି। ତେବେ କରୋନା କଟକଣା ଯୋଗୁଁ ଶ୍ରୀକ୍ଷେତ୍ରରେ ଏହି ଅଲୌକିକ ଦର୍ଶନ କରିପାରିଲେ ନାହିଁ ଶ୍ରଦ୍ଧାଳୁ। ମହାପ୍ରଭୁ ନବଯୌବନ ବେଶରେ ଦର୍ଶନ ଦେଲେ, ହେଲେ ଏହି ବେଶ […]
ଶ୍ରୀବିଗ୍ରହଙ୍କ ନବଯୌବନ ବେଶ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial