ଶଙ୍କରାଚାର୍ଯ୍ୟଙ୍କ ସମେତ ଗୋବର୍ଦ୍ଧନ ପୀଠର ୭ଜଣ ରଥ ପ୍ରଦିକ୍ଷଣ ସହ ମହାପ୍ରଭୁଙ୍କ ଦର୍ଶନ କରିବେ

ଗୋବର୍ଦ୍ଧନ ପୀଠର ୭ଜଣ

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ରଥାରୁଢ ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ଜଗଦଗୁରୁଙ୍କୁ ନିମନ୍ତ୍ରଣ କରିଛନ୍ତି। ତେବେ ମନ୍ଦିର ପ୍ରଶାସନର ଆମନ୍ତ୍ରଣକୁ ଗ୍ରହଣ କରିଛନ୍ତି ଗୋବର୍ଦ୍ଧନ ପୀଠାଧିଶ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ରଥଯାତ୍ରା ଦିନ ଜଗଦଗୁରୁ ଶଙ୍କରଚାର୍ଯ୍ୟଙ୍କ ସମେତ ଗୋବର୍ଦ୍ଧନ ପୀଠର ୭ଜଣ ରଥ ପ୍ରଦିକ୍ଷଣ ସହ ମହାପ୍ରଭୁଙ୍କ ଦର୍ଶନ କରିବେ ବୋଲି ସହମତି ଦେଇଛନ୍ତି। ଅନ୍ୟପଟେ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠାଇଛନ୍ତି ଶଙ୍କରଚାର୍ଯ୍ୟ। କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ହେବା କଥା। ମାତ୍ର ତାଙ୍କୁ ପରିଚାଳନା କମିଟି ବୈଠକରେ ସାମିଲ କରାଯାଉ ନାହିଁ ବୋଲି କ୍ଷୋଭ ପ୍ରକାଶ କରିଛନ୍ତି ଶଙ୍କରାଚାର୍ଯ୍ୟ। କୋଭିଡ କଟକଣା ଭିତରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରାର ନୀତିକାନ୍ତି। ପୂର୍ବରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ସକାଳ ଧୂପ ପରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥଖଳାକୁ ଆସିଛନ୍ତି ସେବାୟତ। ତିନି ରଥରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି। ଆଜ୍ଞାମାଳ ବିଜେ ପରେ ତିନି ରଥର ଚକ ଓ ଅଖରେ ତୈଳ ଲାଗି ହୋଇଛି। ଏହାପରେ ତିନି ରଥକୁ ଦକ୍ଷିଣ ମୋଡ କରି ରଥଖଳାରୁ ସିଂହଦ୍ୱାର ଚକଡା ନିକଟକୁ ଟାଣି ଟାଣି ଆଣିଛନ୍ତି ସେବାୟତ। ଏବେ ତିନି ରଥ ସିଂହଦ୍ୱାର ଆଗରେ ଲାଗିଛି। ସେପଟେ ରଥଯାତ୍ରା ପାଇଁ ପୁରୀ ସହରରେ ୬୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ସହରକୁ ୧୨ଟି ଜୋନ କରାଯିବା ସହ ସହରର ମୁଖ୍ୟ ପ୍ରବେଶ ପଥ ଓ ବଡ଼ଦାଣ୍ଡ ଛାତ ଉପରେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ମୁତୟନ କରାଯାଇଛି। ଚଳିତ ବର୍ଷ କରୋନା ଯୋଗୁଁ ଭକ୍ତଙ୍କୁ ପୁରୀ ମନା ହୋଇଥିବା ବେଳେ ସେବାୟତମାନେ ରଥ ଟାଣିବେ। ଘୋଷଯାତ୍ରା ପାଇଁ ପୁରୀରେ ଆଜି ରାତି ୮ଟାରୁ ଦୁଇ ଦିନିଆ କର୍ଫ୍ୟୁ ଲାଗୁ ହେବ। ରବିବାର ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ଯାଏଁ ୪୮ ଘଂଟା କର୍ଫ୍ୟୁ କଟକଣା ବଳବତର ରହିବ।

Share Now:

Kalinga News Beuro

Next Post

ଜୁଲାଇ ୧୭ରୁ ପାଞ୍ଚ ଦିନ ପାଇଁ ଖୋଲିବ ସାବରିମାଲା

Sun Jul 11 , 2021
ତିରୁଅନନ୍ତପୁରମ : ସାବରିମାଲାସ୍ଥିତ ପ୍ରଭୁ ଆୟାପ୍ପାଙ୍କ ପାର୍ବତ୍ୟ ଧର୍ମପୀଠ ଆସନ୍ତା ୧୭ରୁ ୨୧ ତାରିଖ ୫ ଦିନ ପର୍ଯ୍ୟନ୍ତ ଖୋଲିବ। ମନ୍ଦିରର ମାସିକ ପୂଜା ପାଇଁ ଏହାକୁ ସୀମିତ ସମୟ ପାଇଁ ଖୋଲଯିବ। ଏହି ମନ୍ଦିର ପରିଚାଳନା କରୁଥିବା ‘ଟ୍ରାଓ୍ଵାଙ୍କୋର୍‌ ଦେବସ୍ୱମ୍‌ ବୋର୍ଡ’ (ଟିଡିବି) ମଧ୍ୟ କହିଛି ଯେ, କରୋନା ମହାମାରୀ ଦୃଷ୍ଟିରୁ ଏହି ତୀର୍ଥ ଦର୍ଶନ ପାଇଁ ଆସୁଥିବା ତୀର୍ଥ ଯାତ୍ରୀମାନେ ଟିକା ପ୍ରମାଣପତ୍ର କିମ୍ବା ୪୮ ଘଣ୍ଟା […]
ଜୁଲାଇ ୧୭ରୁ ପାଞ୍ଚ ଦିନ ପାଇଁ ଖୋଲିବ ସାବରିମାଲା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial