୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ବର୍ଷା ସମୟରେ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ବି ଦିଆଯାଇଛି। ଏଯାବତ ମାଲକାନଗିରି ଓ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୫.୦ ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ୧୯.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି। ସେହିପରି ୧୪ରୁ ୧୬ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୭ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ଓ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share Now:

Kalinga News Beuro

Next Post

୩୦ ଲିଟର ଦେଶୀ-ବିଦେଶୀ ମଦ ଜବତ : ୨ ଅଭିଯୁକ୍ତ ଗିରଫ

Tue Jul 13 , 2021
ସିନାପାଲି: ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଶିତିଲିଖଲିଆ ଓ କପିଆ ଗ୍ରାମରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ମଦ ଜବତ୍ କରିବା ସହ ୨ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି। କୌଣସି ସୁତ୍ରରୁ ଖବର ପାଇଁ ସିନାପାଲି ଅବକାରୀ ବିଭାଗ ସବ୍ଇନ୍ସପେକ୍ଟର ଗଦାଧର ମହାରଣାଙ୍କ ନେତୃତ୍ବରେ ଏକ ଟିମ ଶିତିଲିଖଲିଆ ଓ କପିଆ ଗ୍ରାମରେ ଚଢ଼ାଉ କରିଥିବା ବେଳେ ୨ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ […]
ଦେଶୀ-ବିଦେଶୀ ମଦ ଜବତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial