ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ : ଆସନ୍ତା ୧୯ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାବେଳେ ତାହାର ଦିନକ ପୂର୍ବରୁ ଅର୍ଥାତ ୧୮ ତାରିଖ ରବିବାର ଦିନ ସରକାର ଏକ ସର୍ବ ଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିବେ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏହି ବୈଠକ ପାଇଁ ସବୁ ରାଜନୈତିକ ଦଳର ନେତାମାନଙ୍କୁ ଆମନ୍ତ୍ରଣ କରିଛନ୍ତି। ସଂସଦର ଅଧିବେଶନକୁ କିପରି ସୁରୁଖୁରୁରେ ଚଳାଯିବ ସେଥିପାଇଁ ସରକାର ବିରୋଧୀ ଦଳମାନଙ୍କ ସହଯୋଗ ଲୋଡ଼ିବେ।
ତେବେ ଆସନ୍ତା ମୌସମୀ ଅଧିବେଶନ ବେଶ ସରଗରମ ହେବାର ସମ୍ଭାବନା ରହିଛି। କାରଣ ସରକାରଙ୍କୁ ଘେରିବାକୁ ବିରୋଧୀ ଦଳମାନଙ୍କ ହାତରେ ଏବେ କରୋନା ମହାମାରୀ ପରି ଏକ ବଡ଼ ପ୍ରସଙ୍ଗ ରହିଛି। ୨ୟ ଲହରକୁ ରୋକିବାରେ ବିଫଳତା, ଅମ୍ଳଜାନ ସଂକଟ, ନଦୀରେ ମୃତଦେହ ଆଦି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଟାର୍ଗେଟ କରିବାର ସମ୍ଭାବନା ରହିଛି। ସେହିପରି ପେଟ୍ରୋଲ ଡିଜେଲ ସମେତ ବିଭିନ୍ନ ସାମଗ୍ରୀର ଦରବୃଦ୍ଧି ପ୍ରସଙ୍ଗରେ ବି ସରକାରଙ୍କୁ ବିରୋଧୀ ଦଳ ଘେରିବାର ସମ୍ଭାବନା ରହିଛି।

Share Now:

Kalinga News Beuro

Next Post

ସପ୍ତମ ବେତନ କମିସନ: ୧୧% ଅଧିକ ମହଙ୍ଗା ଭତ୍ତା ପାଇବେ କେନ୍ଦ୍ରୀୟ ସରକାରୀ କର୍ମଚାରୀ

Wed Jul 14 , 2021
ନୂଆଦିଲ୍ଲୀ: ବୁଧବାର କେନ୍ଦ୍ର କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଦିଆଯାଉଥିବା ମହଙ୍ଗା ଭତ୍ତା(ଡିଏ)କୁ ୧୭ପ୍ରତିଶତରୁ ୨୮ ପ୍ରତିଶତକୁ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି। ସୂତ୍ରରୁ ଏହା ଜଣାପଡିଛି ଯେ, ଗତ ବର୍ଷ ଏହାକୁ ବନ୍ଦ କରାଯିବା ପରେ କେନ୍ଦ୍ର କ୍ୟାବିନେଟ୍ ଚଳିତ ବର୍ଷ ଡିଏ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ, ଯେଉଁମାନେ ମାସ ମାସ ଧରି ଏହି ଘୋଷଣାକୁ ଅପେକ୍ଷା କରିଥିଲେ ସେମାନଙ୍କ […]
୧୧% ବଢ଼ିଲା ମହଙ୍ଗା ଭତ୍ତା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial