ଆଗାମୀ ୩ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆଗାମୀ ୩ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ କାଳବୈଶାଖୀ ପାଇଁ ୟେଲୋ ୱା୍ର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୬ରୁ ୧୭ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ୧୭ରୁ ୧୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, ମୟୁରଭଞ୍ଜ, କଟକ, ନୟାଗଡ଼, ପୁରୀ, ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ରାଜ୍ୟର ସମ୍ବଲପୁରରେ ୩୪.୫ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୮.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

Share Now:

Kalinga News Beuro

Next Post

ଅଗଷ୍ଟ ୧ ଯାଏଁ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍

Thu Jul 15 , 2021
ଶୁକ୍ରବାରଠାରୁ ଅନ୍ତଃରାଜ୍ୟ ବସ୍ ସେବା ଆରମ୍ଭ, ଖୋଲିବ ସେଲୁନ୍‌-ସ୍ପା ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହାର ୩ ପ୍ରତିଶତ ରହିଛି। ଅର୍ଥାତ ପ୍ରତି ଶହେ ଜଣଙ୍କର ନମୁନାରେ ୩ ଜଣ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରେ କରୋନାର ସ୍ଥିତି ପୂର୍ବାପେକ୍ଷା ସୁଧୁରିଛି। କିନ୍ତୁ ସ୍ଥିତି ସଂପୂର୍ଣ୍ଣ ଭାବରେ ନିୟନ୍ତ୍ରଣକୁ ଆସି ନଥିବାରୁ […]
ଅଗଷ୍ଟ ୧ ଯାଏଁ ରହିବ କଟକଣା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial