ଜୁଲାଇ ୨୬ରୁ ଖୋଲିବ ସ୍କୁଲ

ଜୁଲାଇ ୨୬ରୁ ଖୋଲିବ ସ୍କୁଲ

ଅଫ୍‌ଲାଇନ୍‌ରେ ପଢ଼ିବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଗତ ଜୁନ୍ ମାସ ୨୧ ତାରିଖ ଠାରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୟୁଟ୍ୟୁବ୍‌ରେ କ୍ଲାସ ଚାଲିଥିବା ବେଳେ ଆସନ୍ତା ୨୬ ତାରିଖ ଠାରୁ ସ୍କୁଲରେ ଅଫ୍‌ଲାଇନ୍‌ରେ ପାଠପଢ଼ା ଯିବ। ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କର ଅଫ୍‌ଲାଇନ୍ ପାଠପଢ଼ା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଅନ୍‌ଲାଇନ୍ ମାଧ୍ୟମରେ ରାଜ୍ୟର କିଛି ସ୍ଥାନରେ ପାଠପଢ଼ା ଅସୁବିଧା ହେଉଥିବାରୁ ସରକାର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଖୋଲିବ। ଗଣଶିକ୍ଷା ସଚିବ କହିଛନ୍ତି, ସ୍କୁଲକୁ ଆସିବା ପିଲାମାନଙ୍କର ଇଚ୍ଛାଧୀନ ରହିବ। କାରଣ ୟୁଟ୍ୟୁବ୍‌ରେ କ୍ଲାସ ଜାରି ରହିବ। ଯେଉଁମାନେ ସ୍କୁଲ ଆସିବାକୁ ଆଗ୍ରହ ପ୍ରକାଶ କରୁନାହାନ୍ତି, ସେମାନେ ଅନ୍‌ଲାଇନ୍‌ରେ କ୍ଲାସ କରିବେ। ଅନ୍ୟପଟରେ ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ରହିବ। କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଖୋଲିବା ବା ବନ୍ଦ କରିବା ନିଷ୍ପତ୍ତି ନେବେ। ସ୍କୁଲ ଗୁଡ଼ିକ ସକାଳ ୧୦ଟାରୁ ଅପରାହ୍ନ ୧ଟା ୩୦ ଯାଏ ଖୋଲିବ। ଖେଳ ଛୁଟି ହେବନି। ପିଲାମାନେ ଛୁଟିରେ ଯିବା ପରେ ଘରେ ମଧ୍ୟାହ୍ନ ଭୋଜନ କରିବେ। ରବିବାର ଓ ସମସ୍ତ ସରକାରୀ ଛୁଟି ଦିନରେ ବିଦ୍ୟାଳୟ ବନ୍ଦ ରହିବ। ବିଦ୍ୟାଳୟରେ କୋଭିଡ କଟକଣାକୁ ବାଧ୍ୟତାମୂଳକ ଭାବେ ପାଳନ କରାଯିବ। ସେହିପରି ସ୍କୁଲ ଖୋଳିବା ପୂର୍ବରୁ ଏହାକୁ ସାନିଟାଇଜ କରାଯିବ।
ଗଣଶିକ୍ଷା ସଚିବ ଶ୍ରୀ ସାହୁ କହିଛନ୍ତି ଯେ, ସ୍କୁଲ ଖୋଲିବା ପୂର୍ବରୁ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ପ୍ରାଥମିକତା ଭିତ୍ତିରେ କରୋନା ଟିକା ଦିଆଯିବ। ଯେଉଁ ସ୍କୁଲରେ ମାଟ୍ରିକ୍ ଅଫ୍‌ଲାଇନ୍‌ରେ ପରୀକ୍ଷା ହେଉଛି, ସେଠାରେ ପରେ ଖୋଲିବ। କାରଣ ସରକାରଙ୍କ ଦ୍ୱାରା ବିଗତ ଦିନରେ ପ୍ରକାଶ ପାଇଥିବା ମାଟ୍ରିକ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀମାନେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେବେ। ଗଣଶିକ୍ଷା ସଚିବ କହିଛନ୍ତି, ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିପାରେ। ସେ କହିଛନ୍ତି ଯେ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପରେ ନବମ ପାଇଁ ଆମେ ଧ୍ୟାନ ଦେବୁ। ଯଦି ପିରିସ୍ଥିତି ଠିକ୍‌ଠାକ ରହେ, ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ସେହିପରି ରାଜ୍ୟ ସରକାର ସେପ୍ଟେମ୍ବର ୧୫ରୁ ଏକାଦଶ ଶ୍ରେଣୀ ପାଠପଢ଼ା ପାଇଁ ଯୋଜନା କରୁଛନ୍ତି।

Share Now:

Kalinga News Beuro

Next Post

୨୦୧୮ରେ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ମାମଲା : ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ଘରେ ସିଆଇଡି ଟିମ୍

Sat Jul 17 , 2021
ନୂଆଦିଲ୍ଲୀ: ୨୦୧୮ ମସିହାରେ ବ୍ୟକ୍ତିଗତ ସୁରକ୍ଷାକର୍ମୀ ମୃତ୍ୟୁ ମାମଲା ଏବେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପାଇଁ ଅଡୁଆ ବଢାଇଛି। ଆଜି ପୁଣିଥରେ ପଶ୍ଚିମବଙ୍ଗ ସିଆଇଡି ପକ୍ଷରୁ ରାଜ୍ୟ ବିଧାନସଭାର ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବାସଭବନରେ ଚଢାଉ କରାଯାଇଛି। ଏହା ପୂର୍ବରୁ ବୁଧବାର ଦିନ ବି ସିଆଇଡିର ଏକ ଟିମ୍ ଶୁଭେନ୍ଦୁ ଅଧିକାରୀଙ୍କ ବାସଭବନରେ ପହଞ୍ଚି ଯାଞ୍ଚ କରିଥିଲା। ହେଲେ ସେତେବେଳେ ଶୁଭେନ୍ଦୁ ସେଠାରେ ନଥିଲେ। ସିଆଇଡିର ଟିମ୍ […]
ବିଜେପି ନେତା ଶୁଭେନ୍ଦୁ ଅଧିକାରୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial