ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ୨୭ ବେଳକୁ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଲଘୁଚାପ-1

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତ କାଲି ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଆଜି ଏକ ଲଘୁଚାପରେ ପରିଣତ ହୋଇଛି। ଉଭୟ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଓ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ ଏନେଇ ସ୍ପଷ୍ଟ କରିଛନ୍ତି। ଆଇଏମଡି ବୁଲେଟିନ ମୁତାବକ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ରୁ ୨୫ ତାରିଖ ପର୍ୟ୍ୟନ୍ତ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟରକୁ ବୃଦ୍ଧି ପାଇପାରେ। ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବିଭାଗ ପକ୍ଷରୁ ସତର୍କ କରାଇଦିଆଯାଇଛି। ସ୍କାଏମେଟ୍ ରିପୋର୍ଟ ମୁତାବକ ଏହି ଲଘୁଚାପ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ରାଜସ୍ଥାନ ଆଡ଼କୁ ଗତି କରିବ। ଫଳରେ ଏସବୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି। ତେବେ ୨୭ ତାରିଖ ବେଳକୁ ରାଜସ୍ଥାନ ପହଞ୍ଚିବାବେଳକୁ ଏହି ଲଘୁଚାପ ଦୁର୍ବଳ ହୋଇଯାଇଥିବ। ଅନ୍ୟପକ୍ଷରେ, ଆସନ୍ତା ୨୭ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି।

Share Now:

Kalinga News Beuro

Next Post

କୂଅ ଭିତରୁ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

Thu Jul 22 , 2021
ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପେଟାପାଙ୍ଗା ପଞ୍ଚାୟତ ବେଲା ପାଙ୍ଗା ଗ୍ରାମରେ ଆଜି ସକାଳୁ ଜଣେ ବିବାହିତ ମହିଳାଙ୍କ ମୃତଦେହ କୂଅ ଭିତରେ ପଡ଼ିଥିବା ଦେଖି ଗ୍ରାମବାସୀ ରାଇକିଆ ପୁଲିସ ଥାନାକୁ ସୂଚନା ଦେଇଥିଲେ। ରାଇକିଆ ଦମକଳ ବାହିନୀ ସହାୟତାରେ ମହିଳାଙ୍କୁ ଉଦ୍ଧାର ପରେ ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। କିନ୍ତୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ସୂଚନା ଅନୁସାରେ ବେଲପଙ୍ଗା ଗ୍ରାମର […]
ବିବାହିତା ମହିଳାଙ୍କ ମୃତଦେହ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial