ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ : ୧୭ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ

ପୁଣି ସକ୍ରିୟ ହେବ ମୌସୁମୀ

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ ଘଣ୍ଟା ଅର୍ଥାତ ଅଗଷ୍ଟ ୧୭ ସୁଦ୍ଧା ଏକ ଲଘୁଚାପରେ ପରିଣତ ହେବ ବୋଲି ଉଭୟ ଭାରତୀୟ ପାଣିପାଗ ବିଭାଗ ଓ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବାନୁମାନ କରିଛନ୍ତି। ଏହି ଲଘୁଚାପ ପ୍ରଭାବରେ ଅଗଷ୍ଟ ପ୍ରଥମ ଭାଗରେ ଦେଖାଦେଇଥିବା ବୃଷ୍ଟି ଅଭାବ ଦୂର ହେବା ଆଶା କରାଯାଉଛି। ଏହି ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼, ପୂର୍ବ ଗୁଜୁରାଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ଯ଼୍ୟନ୍ତ ଓଡ଼ିଶାର ଦକ୍ଷିଣ, ପଶ୍ଚିମ, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଇଏମଡି ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି। ଏହା ସହିତ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Share Now:

Kalinga News Beuro

Next Post

ସ୍ୱାଧୀନତା ଦିବସର ଅମୃତ ମହୋତ୍ସବ ଅବସରରେ ସମସ୍ତ ଭାରତୀୟଙ୍କୁ କଳିଙ୍ଗ ନିଉଜ ପକ୍ଷରୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭ କାମନା।

Sun Aug 15 , 2021
Share Now:
ଅମୃତ ମହୋତ୍ସବ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial