ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

୬୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୮୮୭କୁ ବୃଦ୍ଧି ପାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୧୩ ଓ କଟକ ଜିଲ୍ଲାରୁ ୧୨ ଜଣ ଅଛନ୍ତି। ଏହାଛଡ଼ା ସମ୍ବଲପୁର ଜିଲ୍ଲାରୁ ୫ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୪ ଜଣ ଓ ପୁରୀ ଜିଲ୍ଲାରୁ ୨ ଜଣଙ୍କ ପ୍ରାଣହାନି ଘଟିଛି। ଅପରପକ୍ଷରେ ମୟୂରଭଞ୍ଜ, ବାଲେଶ୍ବର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୪, ୫୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୭୭, ୧୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦, ୪୨୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ବିକୃତ ହେଉଛି ଐତିହ୍ୟ ସହର ପୁରୀର ସୌନ୍ଦର୍ଯ୍ୟ: ରାସ୍ତା ଖୋଳିଦେଇ ମରାମତି ‌ଭୁଲିଗଲେ

Mon Aug 16 , 2021
ପୁରୀ : ପୁରୀକୁ ଐତିହ୍ୟ ସହର କରି ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାନା ଯୋଜନା କରୁଛନ୍ତି। କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଏହି ସ୍ବପ୍ନକୁ ଚୁରମାର କରିବାରେ ଲାଗିଛନ୍ତି ଠିକାଦାର। ଐତିହ୍ୟ ସହରର ବିକାଶ ମାନଚିତ୍ରକୁ ବିକୃତ କରିବାରେ ଦିନରାତି ଲାଗିଛନ୍ତି। ମନଇଚ୍ଛା ରାସ୍ତାଘାଟ ଖୋଳି ଜନସାଧାରଣଙ୍କ ଗମନାଗମନକୁ ଅବରୋଧ କରିବା ସହ ଦୁର୍ଘଟଣାର ମାର୍ଗ ପ୍ରଶସ୍ତ କରିଛନ୍ତି। ଯେଉଁ ରାସ୍ତା ୬ ମାସ ତଳେ ନୂଆ ରୂପ […]
ବିକୃତ ହେଉଛି ଐତିହ୍ୟ ସହର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial