୨୪ ଘଣ୍ଟା ଭିତରେ ୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର. ନୂଆପଡ଼ା, ବଲାଙ୍ଗୀର ଓ ଗଜପତି ଆଦି ଜିଲ୍ଲାର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ଅଗଷ୍ଟ ୩୦ରୁ ୩୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ତାଳଚେରରେ ସର୍ବାଧିକ ୩୩.୬ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୨ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି। ଏଥିସହିତ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

Share Now:

Kalinga News Beuro

Next Post

ପୁଲିସ ମହାନିର୍ଦ୍ଦେଶକଙ୍କ ଦ୍ୱାରା ପୁଲିସ ଅଧିକାରୀ ଓ କର୍ମଚାରୀଙ୍କ ସମେତ ମୃତ କୋଭିଡ ଯୋଦ୍ଧାଙ୍କ ପରିବାର ହେଲେ ସମ୍ବର୍ଦ୍ଧିତ

Sun Aug 29 , 2021
ରାଉରକେଲା: ପ୍ରଶଂସନୀୟ ସେବା ପ୍ରଦାନ କରିଥିବା ପୁଲିସ ଅଧିକାରୀ ଓ କର୍ମଚାରୀଙ୍କ ସମେତ ‌କୋଭିଡ୍‌ରେ ମୃତ୍ୟୁବରଣ କରିଥିବା କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅଭୟ ଆଜି ସମ୍ବର୍ଦ୍ଧିତ କରିଛନ୍ତି। ସ୍ଥାନୀୟ ସିଭିକ୍‌ ସେଣ୍ଟର୍‌ରେ ଅନୁଷ୍ଠିତ ଏକ ଉତ୍ସବରେ ‘ଡିଜିପି ଡିସ୍କ’ ପୁରସ୍କାର ପ୍ରଦାନ କରାଯାଇଥିଲା। ୬ ପୁଲିସ ଜିଲ୍ଲା ଯଥା ରାଉରକେଲା, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର ଓ ବରଗଡର ୪୪ ଜଣ ପୁଲିସ ଅଧିକାରୀ ଓ […]
କୋଭିଡ ଯୋଦ୍ଧାଙ୍କ ପରିବାରକୁ ସମ୍ବର୍ଦ୍ଧିତ-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial