୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା : ୟେଲୋୱାର୍ଣ୍ଣିଙ୍ଗ ଜାରି

୨୦ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଆଜି ଅପରାହ୍ନରୁ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୨୦ଟି ଜିଲ୍ଲାରେ ବର୍ଷା ପବନ ଓ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଙ୍ଗ ବା ହଳଦିଆ ଚେତାବନୀ ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ପବନ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ କାଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଘୂର୍ଣ୍ଣିଝଡ଼ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Share Now:

Kalinga News Beuro

Next Post

ଯଜ୍ଞରେ ଗାଈ ଘିଅ ବ୍ୟବହାର କଲେ ବର୍ଷା ହୁଏ: ହାଇକୋର୍ଟ ବିଚାରପତି

Fri Sep 3 , 2021
ନୂଆଦିଲ୍ଲୀ: ଗାଈକୁ ଜାତୀୟ ପଶୁ ଘୋଷଣା କରାଯିବା ଆବଶ୍ୟକ ଭଳି ରାୟ ଦେଇଥିବା ଆହ୍ଲାବାଦ ହାଇକୋର୍ଟର ବିଚାରପତି ଏବେ ପୁଣି ଚର୍ଚ୍ଚାରେ ଅଛନ୍ତି। ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଶେଖର କୁମାର ଯାଦବ ନିକଟରେ କହିଛନ୍ତି ଯେ ଏହି ଗାଈକୁ ଭାରତର ଜାତୀୟ ପଶୁ ଘୋଷଣା କରାଯିବା ଉଚିତ୍ ଏବଂ ଏହାର ସୁରକ୍ଷାକୁ ହିନ୍ଦୁମାନଙ୍କର ମୌଳିକ ଅଧିକାରରେ ଅନ୍ତର୍ଭୁକ୍ତ କରିବାର ଆବଶ୍ୟକତା ରହିଛି। ତେବେ ସେ ଏହା ମଧ୍ୟ କହିଛନ୍ତି […]
ଯଜ୍ଞରେ ଗାଈ ଘିଅ ବ୍ୟବହାର କଲେ ବର୍ଷା ହୁଏ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial