ଭୁପେନ୍ଦ୍ର ପଟେଲ ହୋଇପାରନ୍ତି ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ

ଭୁପେନ୍ଦ୍ର ପଟେଲ

ଭୁପେନ୍ଦ୍ରଙ୍କ ନାମ ସୁପାରିସ କଲେ ବିଜୟ ରୂପାନୀ

ଅହମ୍ମଦାବାଦ: ଭୁପେନ୍ଦ୍ର ପଟେଲ ହେବେ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ। ଗୁଜୁରାଟ ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନରେନ୍ଦ୍ର ସିଂହ ତୋମାର ଆଜି ଭୁପେନ୍ଦ୍ର ପଟେଲଙ୍କ ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରିଛନ୍ତି। ସୂଚନା ମୁତାବକ ଗତକାଲି ଇସ୍ତଫା ଦେଇଥିବା ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ତାଙ୍କ ନାମକୁ ସୁପାରିସ କରିଛନ୍ତି। ଆଜି ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଭୁପେନ୍ଦ୍ରଙ୍କ ନାମକୁ ବିଜୟ ରୂପାନୀ ସୁପାରିସ କରିଛନ୍ତି। ୨୦୧୭ ମସିହାରେ ଗୁଜୁରାଟ ବିଧାନସଭା ନିର୍ବାଚନରେ ରେକର୍ଡ ସଂଖ୍ୟକ ଭୋଟ ଜିତି ସେ ବିଧାୟକ ହୋଇଥିଲେ। ଗୁଜୁରାଟର ଘାତାଲୋଡିୟା ବିଧାନସଭା ନିର୍ବାଚନମଣ୍ଡଳୀରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ସୂଚନା ଥାଉ କି ମୁଖ୍ୟମନ୍ତ୍ରୀ ରେସରେ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭୀୟ, ଉପ-ମୁଖ୍ୟମନ୍ତ୍ରୀ ନୀତିନ ପଟେଲ ଓ ଗୁଜୁରାଟ ବିଜେପି ଅଧ୍ୟକ୍ଷ ସିଆର ପାଟିଲଙ୍କ ନାମ ଥିଲେ ହେଁ ନୂଆ ମୁଖ୍ୟମନ୍ତ୍ରୀ ଚେହେରା ଆଣି ବିଜେପି ସମସ୍ତଙ୍କୁ ଚକିତ କରିଦେଇଛି। ଉଲ୍ଲେଖ ଥାଉ କି ଏକ ଅପ୍ରତ୍ୟାଶିତ ରାଜନୈତିକ ଘଟଣାକ୍ରମରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଶନିବାର ଇସ୍ତଫା ଦେଇଥିଲେ। ୨୦୨୨ ଡିସେମ୍ବରରେ ରାଜ୍ୟ ବିଧାନସଭା ନିର୍ବାଚନ ଥିବାବେଳେ ଏହାର ୧୫ ମାସ ପୂର୍ବରୁ ରୂପାନୀ ଇସ୍ତଫାକୁ ଦେଇଥିଲେ। ଗତମାସରେ ରୂପାନୀଙ୍କ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟକାଳକୁ ୫ ବର୍ଷ ପୂରିଥିଲା।

Share Now:

Kalinga News Beuro

Next Post

ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

Sun Sep 12 , 2021
ଭୁବନେଶ୍ବର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଶନିବାର ସକାଳେ ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ କ୍ଷେତ୍ର ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ଧୀରେଧୀରେ ଅଧିକ ଘନୀଭୂତ ହୋଇ ଅବପା‌ତରେ ପରିଣତ ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳ ଉପରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ଗତ ୨୪ […]
ପ୍ରବଳ ବର୍ଷା ସମ୍ଭାବନା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial