ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ପୁଣି ସନ୍ଦିଗ୍ଧ ଚିହ୍ନଟ: ୫ ଠିକା କର୍ମଚାରୀ ଅଟକ

DRDO-ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ର

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ପୁଣି ସନ୍ଦିଗ୍ଧ ଚିହ୍ନଟ ହୋଇଥିବାର ଖବର ମିଳିଛି। କେନ୍ଦ୍ର ଭିତରୁ ୫ଜଣ ଠିକା କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ବାଲେଶ୍ୱର ପୁଲିସ। ପଡ଼ୋଶୀ ଦେଶର ଏଜେଣ୍ଟଙ୍କୁ ପ୍ରତିରକ୍ଷା ବିଭାଗର ତଥ୍ୟ ଯୋଗାଉଥିବା ଅଭିଯୋଗରେ ସେମାନଙ୍କୁ ଅଟକ ରଖାଯାଇଥିବା କୁହାଯାଉଛି। ଗତକାଲି ରାତିରେ ଠିକା କର୍ମଚାରୀଙ୍କ ଘରୁ ଉଠାଇ ଆଣିଛି ପୁଲିସ। ସୂଚନା ଅନୁଯାୟୀ, ଅଟକ ୫ ଜଣଙ୍କ ମଧ୍ୟରୁ ଜଣେ ହେଉଛନ୍ତି ବସନ୍ତ ବେହେରା, ଯିଏ ଲଞ୍ଚ ପ୍ୟାଡ୍ ୩( ଯେଉଁଠାରୁ ପୃଥ୍ୱୀ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଥାଏ) ରେ ଏସି ଅପରେଟର ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ନିକଟକୁ ଅନ୍ତର୍ଜାତୀୟ କଲ୍ ଆସିବା ସହ ସେଠାରୁ ବାହାରକୁ ମଧ୍ୟ କଲ୍ ଯାଉଥିବା ଗୁଇନ୍ଦା ବିଭାଗ ଟ୍ରାକ୍ କରିଥିଲା। ପଡ଼ୋଶୀ ପାକିସ୍ତାନ ଏଜେଣ୍ଟଙ୍କୁ ଦେଶର ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ଏହି ଫୋନ୍ କଲ୍ ମାଧ୍ୟମରେ ପ୍ରଦାନ କରାଯାଉଥିବା ସନ୍ଦେହ କରାଯାଉଛି। ରାଜସ୍ଥାନ ବର୍ଡର ନିକଟରୁ ଏହି ଅନ୍ତର୍ଜାତୀୟ କଲ୍ ଆସୁଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଜଣାପଡ଼ିବା ପରେ ବାଲେଶ୍ୱର ପୁଲିସ ହେଡକ୍ୱାର୍ଟରକୁ ଅବଗତ କରାଯାଇଥିଲା। ଖବର ପାଇବା ପରେ ବାଲେଶ୍ୱର ପୁଲିସ ତତକ୍ଷଣାତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସ୍ୱରୂପ ସେମାନଙ୍କୁ ରାତିଅଧିଆ ଘରୁ ଉଠାଇ ଆଣି ପଚରାଉଚରା କରୁଛି।

Share Now:

Kalinga News Beuro

Next Post

ଇଂଜିନିୟରିଂ ପାଠ୍ୟକ୍ରମରେ ରାମାୟଣ, ମହାଭାରତ

Wed Sep 15 , 2021
ଭୋପାଳ: ବୈଷୟିକ ଶିକ୍ଷାରେ ସାଂସ୍କୃତିକ ବିଭବ ଭର୍ତ୍ତି କରିବାକୁ ଯାଇ ମଧ୍ୟପ୍ରଦେଶ ସରକାର ରାଜ୍ୟର ଇଂଜିନିୟରିଂ ପାଠ୍ୟକ୍ରମରେ ରାମାୟଣ ଓ ମହାଭାରତ ସାମିଲ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଇଂଜିନିୟରିଂ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମରେ ମହାଭାରତ, ରାମାୟଣ ଓ ରାମଚରିତ ମାନସ ଭର୍ତ୍ତି କରାଯାଇଥିବା ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏ ବିଷୟରେ ସୂଚନା ଦେଇ ମଧ୍ୟପ୍ରଦେଶ ଉଚ୍ଚଶିକ୍ଷା ମନ୍ତ୍ରୀ ମୋହନ ଯାଦବ କହିଛନ୍ତି ଯେ ଏଥିରେ କିଛି […]
ଇଂଜିନିୟରିଂ ପାଠ୍ୟକ୍ରମରେ ରାମାୟଣ, ମହାଭାରତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial