ସଂଧ୍ୟା ପରେ ‘ଗୁଲାବ୍’ ଛୁଇଁବ ସ୍ଥଳଭାଗ : ଗୋପାଳପୁରଠାରୁ ୧୩୫ କିଲୋମିଟର ଦୂରରେ

ସଂଧ୍ୟା ପରେ ସ୍ଥଳଭାଗ ଛୁଇଁବ ‘ଗୁଲାବ୍’

ଭୁବନେଶ୍ବର: ସାମୁଦ୍ରିକ ଝଡ଼ ‘ଗୁଲାବ୍’ର ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ‘ଗୁଲାବ୍’ ଗୋପାଳପୁରଠାରୁ ୧୩୫ କିଲୋମିଟର ଦୂରରେ ରହିଛି। ପୂର୍ବରୁ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଗତି କରୁଥିବା ବାତ୍ୟା ଏବେ ୧୬ କିଲୋମିଟର ବେଗରେ ଗତି କରୁଛି। ବର୍ତ୍ତମାନ ଏହାର ଗତିପଥକୁ ଡପଲର୍ ରାଡାର ସାହାଯ୍ୟରେ ଅନୁଧ୍ୟାନ କରାଯାଉଛି। ବିଶାଖପାଟଣା ଓ ଗୋପାଳପୁରସ୍ଥିତ ପାଣିପାଗ ବିଭାଗର ଡପଲର୍ ରାଡାର ଜରିଆରେ ବାତ୍ୟାର ପର୍ଯ୍ୟବେକ୍ଷଣ ଜାରି ରହିଛି। ବାତ୍ୟା ଓଡ଼ିଶାର ଗୋପାଳପୁରର ପୂର୍ବ-ଦକ୍ଷିଣପୂର୍ବ ଦିଗର ୧୩୫ କିଲୋମିଟର ଦୂର ଏବଂ ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ୍‌ର ପୂର୍ବ-ଉତ୍ତରପୂର୍ବ ଦିଗରେ ୧୮୦ କିଲୋମିଟର୍‌ ଦୂରରେ ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଏହି ସାମୁଦ୍ରିକ ବାତ୍ୟା ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ଗତ ୩ ଘଣ୍ଟା ଧରି ପଶ୍ଚିମାଭିମୁଖୀ ହୋଇ ଗତି କରୁଛି।
ଏହା ପଶ୍ଚିମାଭିମୁଖୀ ହୋଇ ଆଜି ସଂଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ମଧ୍ୟରେ ଦକ୍ଷିଣ ଓଡ଼ିଶାର କଳିଙ୍ଗପଟ୍ଟନମ୍ ଓ ଗୋପାଳପୁର ଦେଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସାମୁଦ୍ରିକ ଝଡ଼ ଉପକୂଳ ଅତିକ୍ରମ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୭୫ ରୁ ୮୫ କିଲୋମିଟର ରହିବ ଏବଂ ମଧ୍ୟେ ମଧ୍ୟେ ଘଣ୍ଟାପ୍ରତି ୯୫ କିଲୋମିଟର୍‌ ବେଗରେ ପବନର ଝଟକା ଦେଇପାରେ ବୋଲି ସେ କହିଛନ୍ତି। ଏଥିସହ ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ଏହାର ପ୍ରଭାବରେ ଗଞ୍ଜାମ ଉପକୂଳରେ ସମୁଦ୍ରରେ ବଡ଼ ବଡ଼ ଢ଼େଉ ଆସିବାର ସମ୍ଭାବନା ରହିଛି। ଏଣୁ ସମୁଦ୍ରକୁ ନ ଯିବାକୁ ସମସ୍ତଙ୍କୁ ସତର୍କ କରାଯାଇଛି। ଉଲ୍ଲେଖଯୋଗ୍ୟ, ପାକିସ୍ତାନ ଏହି ସାମୁଦ୍ରିକ ଝଡ଼ର ନାମକରଣ ‘ଗୁଲାବ୍‌’ (ଗୋଲାପ ଫୁଲ) କରିଛି।

Share Now:

Kalinga News Beuro

Next Post

ନୂଆଦିଲ୍ଲୀରୁ ବାତ୍ୟାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ସମସ୍ତ ପ୍ରଭାବିତଙ୍କୁ ସ୍ଥାନାନ୍ତରଣ ପାଇଁ ନିର୍ଦ୍ଦେଶ

Sun Sep 26 , 2021
୧୧ଟି ଜିଲ୍ଲାରେ ଆସନ୍ତା ୨ ଦିନ ପାଇଁ ବନ୍ଦ ରହିବ ସ୍କୁଲ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀରୁ ବାତ୍ୟାର ସମୀକ୍ଷା କରିଛନ୍ତି। ଦିନ ୪ଟା ସୁଦ୍ଧା ସମସ୍ତ ପ୍ରଭାବିତଙ୍କୁ ସ୍ଥାନାନ୍ତରଣ କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ସେ। ସ୍ଲୋପ୍ ,ମାଟି ଘର, ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ। ଏସଓପି ଅନୁସାରେ ସମସ୍ତ କାର୍ଯ୍ୟ ହେବ। ଗର୍ଭବତୀଙ୍କୁ ପ୍ରଧାନ୍ୟ ଦିଆଯିବ। କୌଣସି ପ୍ରାଣହାନି ଯେପରି ନ ଘଟେ ସେଥିପ୍ରତି ଧ୍ୟାନ […]
ବାତ୍ୟାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial