ଓଡ଼ିଶାରେ ୫୬୫ ନୂଆ କରୋନା ଆକ୍ରାନ୍ତ : ୧୮ ବର୍ଷରୁ କମ ବର୍ଗରେ ୬୩

ଓଡ଼ିଶାରେ ୫୬୫ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ। କ୍ବାରାଣ୍ଟାଇନରୁ ୩୨୮ ଜଣ ଚିହ୍ନଟ ହୋଇଥିବାବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ, କଟକରୁ ୬୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, କୋରାପୁଟରୁ ୪, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ଓଡ଼ିଆ ଭାଷାକୁ ଅଣଦେଖା ଘଟଣାର ପ୍ରତିବାଦ : ଝାଡ଼ଖଣ୍ଡରେ ତାତିଲେ ଓଡ଼ିଆ ଭାଷାଭାଷୀ

Wed Sep 29 , 2021
ଷଢ଼େଇକଳା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଧାରଣା ରାଇରଙ୍ଗପୁର : ଓଡ଼ିଆ ଭାଷାକୁ ଅଣ‌ଦେଖା ପ୍ରତିବାଦରେ ଝାଡ଼ଖଣ୍ଡରେ ଆଜି ଓଡ଼ିଆ ଭାଷାଭାଷୀ ତାତି ଉଠିଛନ୍ତି। ଷଢ଼େଇକଳା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଧାରଣା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିସହିତ, ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି ବିଭିନ୍ନ ପ୍ରସଙ୍ଗ ଉତ୍‌ଥାପନ କରିଛନ୍ତି। ଝାଡ଼ଖଣ୍ତ ସରକାର ଦାବିଗୁଡ଼ିକ ପୂରଣ ନ କଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଝାଡ଼ଖଣ୍ତରେ […]
ଓଡ଼ିଆ ଭାଷାକୁ ଅଣଦେଖା ଘଟଣାର ପ୍ରତିବାଦ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial