ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭ ଜଣ, ବାଲେଶ୍ୱରରୁ ୨୫ ଜଣ, ଭଦ୍ରକରୁ ୪ ଜଣ, କଟକରୁ ୫୭ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨୯ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୧୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୭, ୪୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୩,୮୩୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୩୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ : ୧୮ରୁ କମ୍ ବୟସ୍କ ୫୭ ଜଣ ଶିଶୁ ଓ କିଶୋର ସଂକ୍ରମିତ

Share Now: