ଭୁବନେଶ୍ୱରକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍

ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍‌

ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍। ରାଜେନ୍ଦ୍ରବିହାର ଆପାର୍ଟମେଣ୍ଟ, ଫରେଷ୍ଟ ପାର୍କକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଆପାର୍ଟମେଣ୍ଟର ୧୦ଟି ଫ୍ଲାଟରେ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏକାଧିକ ସଂକ୍ରମିତ ଚିହ୍ନଟ ପରେ ବିଏମସି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। କଣ୍ଟେନମେଣ୍ଟ ଜୋନରେ ପ୍ରବେଶ ଓ ପ୍ରସ୍ଥାନ ଉପରେ ବିଏମସିର କଟକଣା ଲାଗିଛି। ମେଡିସିନ ଓ ଅତ୍ୟାବଶ୍ୟକ ସାମଗ୍ରୀ ବିଏମସି ପକ୍ଷରୁ ଯୋଗାଇ ଦିଆଯିବ। ବିଏମସିର ନିର୍ଦ୍ଦେଶ ମୁତାବକ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଥିବାରୁ ସମସ୍ତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ବନ୍ଦ ରହିବ।

Share Now:

Kalinga News Beuro

Next Post

ମୃତ ବ୍ୟକ୍ତିଙ୍କ ନାଁରେ ବୀମା ଟଙ୍କା ହଡ଼ପକରି ଏଲଆଇସି ଏଜେଣ୍ଟ୍ ଗିରଫ

Thu Oct 7 , 2021
ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ ନାଁରେ ବୀମା ଟଙ୍କା ହଡ଼ପ ଅଭିଯୋଗରେ ଜଣେ ଏଲଆଇସି ଏଜେଣ୍ଟଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି। ଗିରଫ ଅଭିଯୁକ୍ତ ହେଲେ କଣାସ ଅଞ୍ଚଳର ଏଲଆଇସି ଏଜେଣ୍ଟ କବିରାଜ ବେହେରା। ତାଙ୍କୁ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି। ସେ ୪ ଜଣ ମୃତବ୍ୟକ୍ତିଙ୍କ ନାଁରେ ୨୩ଟି ପଲିସି ଖୋଲି ୧ କୋଟି ୧୮ ଲକ୍ଷ ହଡ଼ପ କରିଥିବାର ଅଭିଯୋଗ ହେବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ […]
ଏଲଆଇସି ଏଜେଣ୍ଟ୍ ଗିରଫ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial