ଟଳିଲା ବାତ୍ୟା : ୩ଦିନ ପ୍ରବଳ ବର୍ଷିବ

୩ଦିନ ବର୍ଷା ଲାଗି ରହିବ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି। ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିଁ। ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୩ଦିନ ବର୍ଷା ଲାଗି ରହିବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ବାତ୍ୟା ଆଶଙ୍କାକୁ ଖଣ୍ଡନ କରି ଆଇଏମଡି ଡିଜି କହିଛନ୍ତି, ବାତ୍ୟାର ପୂର୍ବାନୁମାନ ନାହିଁ ବୋଲି ଆଇଏମଡି ପୂର୍ବରୁ କହିଛି। କେବଳ ଲଘୁଚାପ ନେଇ ପୂର୍ବାନୁମାନ କରାଯାଇଛିସ। ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷା ଲାଗିରହିବ। ଅକ୍ଟୋବର ୧୪ରୁ ୧୫ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢ଼େଙ୍କାନାଳରେ କାଳବୈଶାଖୀ ସମ୍ଭାବନା ରହିଛି। ୧୫ରୁ ୧୬ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ସହିତ ଆଉ କିଛି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ରୁ ୧୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share Now:

Kalinga News Beuro

Next Post

ମନୀଷ ମୃତ୍ୟୁ ମାମଲା: ସିସିଟିଭି ଯାଞ୍ଚ କରୁଛି ପୁଲିସ

Thu Oct 14 , 2021
ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବା ପରେ ପୋଲିସ୍ ତନାଘନା ଚଳାଇଛି। ପାତ୍ରପଡ଼ାର ଯେଉଁ ପୋଖରୀରୁ ମନୀଷଙ୍କ ମୃତଦେହ ଉଦ୍ଧାର ହୋଇଥିଲା, ତା’ ଆଖପାଖରେ ଥିବା ସମସ୍ତ ସିସିଟିଭିକୁ ପୁଲିସ ଯାଞ୍ଚ କରୁଛି। ଏହି ମାମଲାର ଗୁମର ଖୋଲୁଛି ପୁଲିସ। ହତ୍ୟା ମାମଲାରେ ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି। ମାମଲାର […]
ମନୀଷ ମୃତ୍ୟୁ ମାମଲା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial